2ଆହୁରି, ସଦାପ୍ରଭୁଙ୍କ ଓ ଯିହୁଦା ମଧ୍ୟରେ ବିବାଦ ଅଛି, ସେ ଯାକୁବକୁ ତାହାର ଆଚରଣ ଅନୁଯାୟୀ ଦଣ୍ଡ ଦେବେ; ତାହାର କ୍ରିୟାନୁସାରେ ସେ ତାହାକୁ ପ୍ରତିଫଳ ଦେବେ।
3ଗର୍ଭରେ ସେ ଆପଣା ଭ୍ରାତାର ପାଦମୂଳ ଧରିଲା ଓ ବୟଃପ୍ରାପ୍ତ ସମୟରେ ସେ ପରମେଶ୍ୱରଙ୍କ ସହିତ ଯୁଦ୍ଧ କଲା;
4ହଁ, ସେ ଦୂତ ଉପରେ ବଳବାନ ହୋଇ ଜୟ କଲା; ସେ କ୍ରନ୍ଦନ କରି ତାହାଙ୍କ ନିକଟରେ ବିନତି କଲା; ସେ ବେଥେଲ୍ରେ ତାହାଙ୍କ ଉଦ୍ଦେଶ୍ୟ ପାଇଲା, ଆଉ ସେଠାରେ ସେ ଆମ୍ଭମାନଙ୍କ ସହିତ କଥା କହିଲେ।
5ସେହି ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର; ସଦାପ୍ରଭୁ ତାହାଙ୍କର ସ୍ମରଣୀୟ ନାମ।
6ଏଥିନିମନ୍ତେ ତୁମ୍ଭେ ଆପଣା ପରମେଶ୍ୱରଙ୍କ ନିକଟକୁ ଫେର; ଦୟା ଓ ନ୍ୟାୟବିଚାର ପାଳନ କର ଓ ସର୍ବଦା ତୁମ୍ଭ ପରମେଶ୍ୱରଙ୍କ ଅପେକ୍ଷାରେ ଥାଅ।