ହୋଶେୟ 12

ଏଥିନିମନ୍ତେ ତୁମ୍ଭେ ଆପଣା ପରମେଶ୍ୱରଙ୍କ ନିକଟକୁ ଫେର; ଦୟା ଓ ନ୍ୟାୟବିଚାର ପାଳନ କର ଓ ସର୍ବଦା ତୁମ୍ଭ ପରମେଶ୍ୱରଙ୍କ ଅପେକ୍ଷାରେ ଥାଅ।

Hosea 12:6 (UKJV) Therefore turn you to your God: keep mercy and judgment and wait on your God continually.

4ହଁ, ସେ ଦୂତ ଉପରେ ବଳବାନ ହୋଇ ଜୟ କଲା; ସେ କ୍ରନ୍ଦନ କରି ତାହାଙ୍କ ନିକଟରେ ବିନତି କଲା; ସେ ବେଥେଲ୍‍ରେ ତାହାଙ୍କ ଉଦ୍ଦେଶ୍ୟ ପାଇଲା, ଆଉ ସେଠାରେ ସେ ଆମ୍ଭମାନଙ୍କ ସହିତ କଥା କହିଲେ।

5ସେହି ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର; ସଦାପ୍ରଭୁ ତାହାଙ୍କର ସ୍ମରଣୀୟ ନାମ।

6ଏଥିନିମନ୍ତେ ତୁମ୍ଭେ ଆପଣା ପରମେଶ୍ୱରଙ୍କ ନିକଟକୁ ଫେର; ଦୟା ଓ ନ୍ୟାୟବିଚାର ପାଳନ କର ଓ ସର୍ବଦା ତୁମ୍ଭ ପରମେଶ୍ୱରଙ୍କ ଅପେକ୍ଷାରେ ଥାଅ।

7ସେ ଜଣେ ବ୍ୟବସାୟୀ ଅଟେ, ତାହାର ହସ୍ତରେ ଛଳନାର ନିକ୍ତି ଅଛି; ସେ ଉପଦ୍ରବ କରିବାକୁ ଭଲ ପାଏ।

8ପୁଣି, ଇଫ୍ରୟିମ କହିଲା, “ନିଶ୍ଚୟ ମୁଁ ଧନୀ ହୋଇଅଛି, ମୁଁ ଆପଣା ନିମନ୍ତେ ସମ୍ପତ୍ତି ପାଇଅଛି; ମୋʼ ର ସବୁ ପରିଶ୍ରମରେ ସେମାନେ ପାପଯୁକ୍ତ କୌଣସି ଅଧର୍ମ ମୋʼ ଠାରେ ପାଇବେ ନାହିଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.