ହୋଶେୟ 12

ମାତ୍ର ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ; ଆମ୍ଭେ ମହାପର୍ବ ଦିନର ନ୍ୟାୟ ତୁମ୍ଭକୁ ପୁନର୍ବାର ତମ୍ବୁରେ ବାସ କରାଇବା।

Hosea 12:9 (UKJV) And I that am the LORD your God from the land of Egypt will yet make you to dwell in tabernacles, as in the days of the solemn feast.

7ସେ ଜଣେ ବ୍ୟବସାୟୀ ଅଟେ, ତାହାର ହସ୍ତରେ ଛଳନାର ନିକ୍ତି ଅଛି; ସେ ଉପଦ୍ରବ କରିବାକୁ ଭଲ ପାଏ।

8ପୁଣି, ଇଫ୍ରୟିମ କହିଲା, “ନିଶ୍ଚୟ ମୁଁ ଧନୀ ହୋଇଅଛି, ମୁଁ ଆପଣା ନିମନ୍ତେ ସମ୍ପତ୍ତି ପାଇଅଛି; ମୋʼ ର ସବୁ ପରିଶ୍ରମରେ ସେମାନେ ପାପଯୁକ୍ତ କୌଣସି ଅଧର୍ମ ମୋʼ ଠାରେ ପାଇବେ ନାହିଁ।”

9ମାତ୍ର ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ; ଆମ୍ଭେ ମହାପର୍ବ ଦିନର ନ୍ୟାୟ ତୁମ୍ଭକୁ ପୁନର୍ବାର ତମ୍ବୁରେ ବାସ କରାଇବା।

10ଆହୁରି, ଆମ୍ଭେ ଭବିଷ୍ୟଦ୍‍ବକ୍ତାଗଣ ନିକଟରେ କଥା କହିଅଛୁ ଓ ଆମ୍ଭେ ନାନା ଦର୍ଶନର ବୃଦ୍ଧି କରିଅଛୁ; ଆଉ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ଦୃଷ୍ଟାନ୍ତର କଥା ବ୍ୟବହାର କରିଅଛୁ।

11ଯଦି ଗିଲୀୟଦରେ କିଛି ଅଧର୍ମ ଅଛି, ତେବେ ସେମାନେ ସର୍ବତୋଃଭାବେ ଅସାର; ଗିଲ୍‍ଗଲ୍‍ରେ ସେମାନେ ବୃଷ ବଳିଦାନ କରନ୍ତି; ହଁ, କ୍ଷେତ୍ରସ୍ଥ ଶିଆରର ଢିପି ପରି ସେମାନଙ୍କର ଯଜ୍ଞବେଦି ଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.