ହୋଶେୟ 13

ଇଫ୍ରୟିମ କଥା କହିବା ବେଳେ ଲୋକମାନେ କମ୍ପିତ ହେଲେ; ସେ ଇସ୍ରାଏଲ ମଧ୍ୟରେ ଆପଣାକୁ ଉନ୍ନତ କଲା; ମାତ୍ର ବାଲ୍‍ଦେବ ବିଷୟରେ ଯେତେବେଳେ ସେ ଦୋଷ କଲା, ସେତେବେଳେ ସେ ମଲା।

Hosea 13:1 (UKJV) When Ephraim spoke trembling, he exalted himself in Israel; but when he offended in Baal, he died.

1ଇଫ୍ରୟିମ କଥା କହିବା ବେଳେ ଲୋକମାନେ କମ୍ପିତ ହେଲେ; ସେ ଇସ୍ରାଏଲ ମଧ୍ୟରେ ଆପଣାକୁ ଉନ୍ନତ କଲା; ମାତ୍ର ବାଲ୍‍ଦେବ ବିଷୟରେ ଯେତେବେଳେ ସେ ଦୋଷ କଲା, ସେତେବେଳେ ସେ ମଲା।

2ପୁଣି, ଏବେ ସେମାନେ ଅଧିକ ଅଧିକ ପାପ କରନ୍ତି ଓ ରୂପାର ଢଳା ପ୍ରତିମା, ଅର୍ଥାତ୍‍, ଆପଣା ଆପଣା ବୁଦ୍ଧି ଅନୁସାରେ ଦେବତା ନିର୍ମାଣ କରିଅଛନ୍ତି। ସେସବୁ କାରିଗରର କର୍ମ; ସେହି ସବୁର ବିଷୟରେ ସେମାନେ କହନ୍ତି, ଯେଉଁ ଲୋକମାନେ ବଳିଦାନ କରନ୍ତି, ସେମାନେ ଗୋବତ୍ସ ପ୍ରତିମାଗଣକୁ ଚୁମ୍ବନ କରନ୍ତୁ।

3ଏଥିପାଇଁ ସେମାନେ ପ୍ରାତଃକାଳରେ ମେଘ ଓ ପ୍ରତ୍ୟୁଷର ବହିଯିବା କାକର ଓ ଘୂର୍ଣ୍ଣିବାୟୁରେ ଖଳାରୁ ଉଡ଼ିଯିବା ତୁଷ ଓ ନଳ ଦେଇ ବାହାରି ଯିବା ଧୂଆଁ ପରି ହେବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.