10ତୁମ୍ଭର ନଗରସମୂହରେ ତୁମ୍ଭକୁ ରକ୍ଷା କରିବା ପାଇଁ ଏବେ ତୁମ୍ଭର ରାଜା କାହିଁ? “ମୋତେ ରାଜା ଓ ଅଧିପତିଗଣ ଦିଅ” ବୋଲି ଯେଉଁମାନଙ୍କ ବିଷୟରେ ତୁମ୍ଭେ କହିଲ, ତୁମ୍ଭର ସେହି ବିଚାରକର୍ତ୍ତାଗଣ କାହାନ୍ତି?
11ଆମ୍ଭେ ଆପଣା କ୍ରୋଧରେ ତୁମ୍ଭକୁ ରାଜା ଦେଇଅଛୁ ଓ ଆପଣା କୋପରେ ତାହାକୁ ନେଇ ଯାଇଅଛୁ।
12ଇଫ୍ରୟିମର ଅଧର୍ମ ବନ୍ଧାଯାଇଅଛି; ତାହାର ପାପ ସଞ୍ଚିତ ହୋଇଅଛି।
13ପ୍ରସବକାରିଣୀ ସ୍ତ୍ରୀର ବେଦନା ତାହାକୁ ଆକ୍ରାନ୍ତ କରିବ; ସେ ଅଜ୍ଞାନ ଶିଶୁ; କାରଣ ଶିଶୁମାନଙ୍କର ପ୍ରସବ-ଦ୍ୱାରରେ ତାହାର ବିଳମ୍ବ କରି ରହିବାର ଉଚିତ ନୁହେଁ।
14ଆମ୍ଭେ ପାତାଳର ପରାକ୍ରମରୁ ସେମାନଙ୍କୁ ଉଦ୍ଧାର କରିବା; ଆମ୍ଭେ ମୃତ୍ୟୁୁରୁ ସେମାନଙ୍କୁ ମୁକ୍ତ କରିବା; ହେ ମୃତ୍ୟୁୁ, ତୁମ୍ଭର ମହାମାରୀ କାହିଁ? ହେ ପାତାଳ, ତୁମ୍ଭର ସଂହାର କାହିଁ? ଅନୁତାପ ଆମ୍ଭ ଦୃଷ୍ଟିରୁ ଗୁପ୍ତ ରହିବ।