ହୋଶେୟ 13

ଆମ୍ଭେ ପାତାଳର ପରାକ୍ରମରୁ ସେମାନଙ୍କୁ ଉଦ୍ଧାର କରିବା; ଆମ୍ଭେ ମୃତ୍ୟୁୁରୁ ସେମାନଙ୍କୁ ମୁକ୍ତ କରିବା; ହେ ମୃତ୍ୟୁୁ, ତୁମ୍ଭର ମହାମାରୀ କାହିଁ? ହେ ପାତାଳ, ତୁମ୍ଭର ସଂହାର କାହିଁ? ଅନୁତାପ ଆମ୍ଭ ଦୃଷ୍ଟିରୁ ଗୁପ୍ତ ରହିବ।

Hosea 13:14 (UKJV) I will ransom them from the power of the grave; I will redeem them from death: O death, I will be your plagues; O grave, I will be your destruction: repentance shall be hid from mine eyes.

12ଇଫ୍ରୟିମର ଅଧର୍ମ ବନ୍ଧାଯାଇଅଛି; ତାହାର ପାପ ସଞ୍ଚିତ ହୋଇଅଛି।

13ପ୍ରସବକାରିଣୀ ସ୍ତ୍ରୀର ବେଦନା ତାହାକୁ ଆକ୍ରାନ୍ତ କରିବ; ସେ ଅଜ୍ଞାନ ଶିଶୁ; କାରଣ ଶିଶୁମାନଙ୍କର ପ୍ରସବ-ଦ୍ୱାରରେ ତାହାର ବିଳମ୍ବ କରି ରହିବାର ଉଚିତ ନୁହେଁ।

14ଆମ୍ଭେ ପାତାଳର ପରାକ୍ରମରୁ ସେମାନଙ୍କୁ ଉଦ୍ଧାର କରିବା; ଆମ୍ଭେ ମୃତ୍ୟୁୁରୁ ସେମାନଙ୍କୁ ମୁକ୍ତ କରିବା; ହେ ମୃତ୍ୟୁୁ, ତୁମ୍ଭର ମହାମାରୀ କାହିଁ? ହେ ପାତାଳ, ତୁମ୍ଭର ସଂହାର କାହିଁ? ଅନୁତାପ ଆମ୍ଭ ଦୃଷ୍ଟିରୁ ଗୁପ୍ତ ରହିବ।

15ଯଦ୍ୟପି ସେ ଆପଣା ଭ୍ରାତୃଗଣ ମଧ୍ୟରେ ଫଳବାନ ହୁଏ, ତଥାପି ପୂର୍ବୀୟ ବାୟୁ ସଦାପ୍ରଭୁଙ୍କର ଶ୍ୱାସ ପ୍ରାନ୍ତରରୁ ଆସିବ, ତହିଁରେ ତାହାର ନିର୍ଝର ଶୁଷ୍କ ହେବ ଓ ତାହାର ଜଳାକାର ଶୁଖିଯିବ; ସେ ତାହାର ଯାବତୀୟ ମନୋହର ପାତ୍ରର ଭଣ୍ଡାର ଲୁଟ କରିବେ।

16ଶମରୀୟା ଆପଣା ଦୋଷର ଫଳ ଭୋଗ କରିବ; କାରଣ ସେ ଆପଣା ପରମେଶ୍ୱରଙ୍କର ବିଦ୍ରୋହାଚରଣ କରିଅଛି; ସେମାନେ ଖଡ୍ଗରେ ପତିତ ହେବେ; ସେମାନଙ୍କର ଶିଶୁମାନେ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହେବେ; ସେମାନଙ୍କର ଗର୍ଭବତୀ ସ୍ତ୍ରୀମାନେ ଚିରାଯିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.