1ଇଫ୍ରୟିମ କଥା କହିବା ବେଳେ ଲୋକମାନେ କମ୍ପିତ ହେଲେ; ସେ ଇସ୍ରାଏଲ ମଧ୍ୟରେ ଆପଣାକୁ ଉନ୍ନତ କଲା; ମାତ୍ର ବାଲ୍ଦେବ ବିଷୟରେ ଯେତେବେଳେ ସେ ଦୋଷ କଲା, ସେତେବେଳେ ସେ ମଲା।
2ପୁଣି, ଏବେ ସେମାନେ ଅଧିକ ଅଧିକ ପାପ କରନ୍ତି ଓ ରୂପାର ଢଳା ପ୍ରତିମା, ଅର୍ଥାତ୍, ଆପଣା ଆପଣା ବୁଦ୍ଧି ଅନୁସାରେ ଦେବତା ନିର୍ମାଣ କରିଅଛନ୍ତି। ସେସବୁ କାରିଗରର କର୍ମ; ସେହି ସବୁର ବିଷୟରେ ସେମାନେ କହନ୍ତି, ଯେଉଁ ଲୋକମାନେ ବଳିଦାନ କରନ୍ତି, ସେମାନେ ଗୋବତ୍ସ ପ୍ରତିମାଗଣକୁ ଚୁମ୍ବନ କରନ୍ତୁ।
3ଏଥିପାଇଁ ସେମାନେ ପ୍ରାତଃକାଳରେ ମେଘ ଓ ପ୍ରତ୍ୟୁଷର ବହିଯିବା କାକର ଓ ଘୂର୍ଣ୍ଣିବାୟୁରେ ଖଳାରୁ ଉଡ଼ିଯିବା ତୁଷ ଓ ନଳ ଦେଇ ବାହାରି ଯିବା ଧୂଆଁ ପରି ହେବେ।
4ତଥାପି ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ ଓ ତୁମ୍ଭେ ଆମ୍ଭ ଛଡ଼ା ଆଉ କାହାକୁ ପରମେଶ୍ୱର ବୋଲି ଜାଣିବ ନାହିଁ ଓ ଆମ୍ଭ ବ୍ୟତୀତ ଅନ୍ୟ ତ୍ରାଣକର୍ତ୍ତା ନାହିଁ।
5ଆମ୍ଭେ ପ୍ରାନ୍ତରରେ ଓ ମହାମରୁଭୂମିରେ ତୁମ୍ଭକୁ ଜାଣିଲୁ।