ହୋଶେୟ 13

ତଥାପି ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ ଓ ତୁମ୍ଭେ ଆମ୍ଭ ଛଡ଼ା ଆଉ କାହାକୁ ପରମେଶ୍ୱର ବୋଲି ଜାଣିବ ନାହିଁ ଓ ଆମ୍ଭ ବ୍ୟତୀତ ଅନ୍ୟ ତ୍ରାଣକର୍ତ୍ତା ନାହିଁ।

Hosea 13:4 (UKJV) Yet I am the LORD your God from the land of Egypt, and you shall know no god but me: for there is no saviour beside me.

2ପୁଣି, ଏବେ ସେମାନେ ଅଧିକ ଅଧିକ ପାପ କରନ୍ତି ଓ ରୂପାର ଢଳା ପ୍ରତିମା, ଅର୍ଥାତ୍‍, ଆପଣା ଆପଣା ବୁଦ୍ଧି ଅନୁସାରେ ଦେବତା ନିର୍ମାଣ କରିଅଛନ୍ତି। ସେସବୁ କାରିଗରର କର୍ମ; ସେହି ସବୁର ବିଷୟରେ ସେମାନେ କହନ୍ତି, ଯେଉଁ ଲୋକମାନେ ବଳିଦାନ କରନ୍ତି, ସେମାନେ ଗୋବତ୍ସ ପ୍ରତିମାଗଣକୁ ଚୁମ୍ବନ କରନ୍ତୁ।

3ଏଥିପାଇଁ ସେମାନେ ପ୍ରାତଃକାଳରେ ମେଘ ଓ ପ୍ରତ୍ୟୁଷର ବହିଯିବା କାକର ଓ ଘୂର୍ଣ୍ଣିବାୟୁରେ ଖଳାରୁ ଉଡ଼ିଯିବା ତୁଷ ଓ ନଳ ଦେଇ ବାହାରି ଯିବା ଧୂଆଁ ପରି ହେବେ।

4ତଥାପି ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ ଓ ତୁମ୍ଭେ ଆମ୍ଭ ଛଡ଼ା ଆଉ କାହାକୁ ପରମେଶ୍ୱର ବୋଲି ଜାଣିବ ନାହିଁ ଓ ଆମ୍ଭ ବ୍ୟତୀତ ଅନ୍ୟ ତ୍ରାଣକର୍ତ୍ତା ନାହିଁ।

5ଆମ୍ଭେ ପ୍ରାନ୍ତରରେ ଓ ମହାମରୁଭୂମିରେ ତୁମ୍ଭକୁ ଜାଣିଲୁ।

6ସେମାନେ ଆମ୍ଭମାନଙ୍କ ଚରାଣି ସ୍ଥାନ ଅନୁସାରେ ପରିତୃପ୍ତ ହେଲେ; ସେମାନେ ପରିତୃପ୍ତ ହୋଇ ଅନ୍ତଃକରଣରେ ଗର୍ବିତ ହେଲେ; ଏଥିପାଇଁ ସେମାନେ ଆମ୍ଭକୁ ପାସୋରିଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.