5ଆମ୍ଭେ ପ୍ରାନ୍ତରରେ ଓ ମହାମରୁଭୂମିରେ ତୁମ୍ଭକୁ ଜାଣିଲୁ।
6ସେମାନେ ଆମ୍ଭମାନଙ୍କ ଚରାଣି ସ୍ଥାନ ଅନୁସାରେ ପରିତୃପ୍ତ ହେଲେ; ସେମାନେ ପରିତୃପ୍ତ ହୋଇ ଅନ୍ତଃକରଣରେ ଗର୍ବିତ ହେଲେ; ଏଥିପାଇଁ ସେମାନେ ଆମ୍ଭକୁ ପାସୋରିଅଛନ୍ତି।
7ସେଥିପାଇଁ ଆମ୍ଭେ ସେମାନଙ୍କ ପ୍ରତି ସିଂହ ତୁଲ୍ୟ ହେବୁ; ଆମ୍ଭେ ଚିତାବାଘ ପରି ପଥ ପାର୍ଶ୍ୱରେ ଛକି ବସିବା;
8ଆମ୍ଭେ ଛୁଆହରା ଭଲ୍ଲୁକୀ ପରି ସେମାନଙ୍କୁ ହାବୁଡ଼ିବା ଓ ସେମାନଙ୍କର ବକ୍ଷକୁ ବିଦୀର୍ଣ୍ଣ କରିବା; ଆଉ, ସିଂହ ନ୍ୟାୟ ଆମ୍ଭେ ସେଠାରେ ସେମାନଙ୍କୁ ଗ୍ରାସ କରିବା; ବନ୍ୟ ପଶୁ ସେମାନଙ୍କୁ ବିଦୀର୍ଣ୍ଣ କରିବ।
9ହେ ଇସ୍ରାଏଲ, ତୁମ୍ଭେ ଯେ ଆମ୍ଭର ବିପକ୍ଷ, ତୁମ୍ଭ ସହାୟର ବିପକ୍ଷ ହୋଇଅଛ, ଏହା ତୁମ୍ଭର ସର୍ବନାଶର କାରଣ।