ହୋଶେୟ 14

ଅଶୂର ଆମ୍ଭମାନଙ୍କର ପରିତ୍ରାଣ କରିବ ନାହିଁ; ଆମ୍ଭେମାନେ ଅଶ୍ୱାରୋହଣ କରିବା ନାହିଁ; କିଅବା ‘ତୁମ୍ଭେମାନେ ଆମ୍ଭମାନଙ୍କର ଦେବଗଣ’ ବୋଲି ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ଆଉ କହିବା ନାହିଁ; କାରଣ ପିତୃହୀନ ତୁମ୍ଭ ନିକଟରେ ଦୟାପ୍ରାପ୍ତ ହୁଏ।”

Hosea 14:3 (UKJV) Asshur shall not save us; we will not ride upon horses: neither will we say any more to the work of our hands, All of you are our gods: for in you the fatherless finds mercy.

1ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ତୁମ୍ଭେ ଆପଣା ଅଧର୍ମରେ ପତିତ ହୋଇଅଛ।

2ତୁମ୍ଭେମାନେ ବାକ୍ୟ ସଙ୍ଗରେ ଘେନି ସଦାପ୍ରଭୁଙ୍କ ନିକଟକୁ ଫେରି ଆସ; ତାହାଙ୍କୁ କୁହ, “ଅଧର୍ମସକଳ କ୍ଷମା କର ଓ ଯାହା ଉତ୍ତମ, ତାହା ଗ୍ରହଣ କର; ତହିଁରେ ଆମ୍ଭେମାନେ ଆପଣା ଆପଣା ଓଷ୍ଠାଧରର ଉପହାର ବୃଷ ରୂପରେ ଉତ୍ସର୍ଗ କରିବା।

3ଅଶୂର ଆମ୍ଭମାନଙ୍କର ପରିତ୍ରାଣ କରିବ ନାହିଁ; ଆମ୍ଭେମାନେ ଅଶ୍ୱାରୋହଣ କରିବା ନାହିଁ; କିଅବା ‘ତୁମ୍ଭେମାନେ ଆମ୍ଭମାନଙ୍କର ଦେବଗଣ’ ବୋଲି ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ଆଉ କହିବା ନାହିଁ; କାରଣ ପିତୃହୀନ ତୁମ୍ଭ ନିକଟରେ ଦୟାପ୍ରାପ୍ତ ହୁଏ।”

4ଆମ୍ଭେ ସେମାନଙ୍କ ବିପଥଗମନର ପ୍ରତିକାର କରିବା, ଆମ୍ଭେ ସ୍ୱଚ୍ଛନ୍ଦରେ ସେମାନଙ୍କୁ ପ୍ରେମ କରିବା; କାରଣ ଆମ୍ଭ କ୍ରୋଧ ତାହାଠାରୁ ନିବୃତ୍ତ ହୋଇଅଛି।

5ଆମ୍ଭେ ଇସ୍ରାଏଲ ପକ୍ଷରେ କାକର ତୁଲ୍ୟ ହେବା; ସେ କଇଁଫୁଲ ତୁଲ୍ୟ ଫୁଟିବ ଓ ଲିବାନୋନର ତୁଲ୍ୟ ମୂଳ ବାନ୍ଧିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.