ହୋଶେୟ 14

ଆମ୍ଭେ ଇସ୍ରାଏଲ ପକ୍ଷରେ କାକର ତୁଲ୍ୟ ହେବା; ସେ କଇଁଫୁଲ ତୁଲ୍ୟ ଫୁଟିବ ଓ ଲିବାନୋନର ତୁଲ୍ୟ ମୂଳ ବାନ୍ଧିବ।

Hosea 14:5 (UKJV) I will be as the dew unto Israel: he shall grow as the lily, and cast forth his roots as Lebanon.

3ଅଶୂର ଆମ୍ଭମାନଙ୍କର ପରିତ୍ରାଣ କରିବ ନାହିଁ; ଆମ୍ଭେମାନେ ଅଶ୍ୱାରୋହଣ କରିବା ନାହିଁ; କିଅବା ‘ତୁମ୍ଭେମାନେ ଆମ୍ଭମାନଙ୍କର ଦେବଗଣ’ ବୋଲି ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ଆଉ କହିବା ନାହିଁ; କାରଣ ପିତୃହୀନ ତୁମ୍ଭ ନିକଟରେ ଦୟାପ୍ରାପ୍ତ ହୁଏ।”

4ଆମ୍ଭେ ସେମାନଙ୍କ ବିପଥଗମନର ପ୍ରତିକାର କରିବା, ଆମ୍ଭେ ସ୍ୱଚ୍ଛନ୍ଦରେ ସେମାନଙ୍କୁ ପ୍ରେମ କରିବା; କାରଣ ଆମ୍ଭ କ୍ରୋଧ ତାହାଠାରୁ ନିବୃତ୍ତ ହୋଇଅଛି।

5ଆମ୍ଭେ ଇସ୍ରାଏଲ ପକ୍ଷରେ କାକର ତୁଲ୍ୟ ହେବା; ସେ କଇଁଫୁଲ ତୁଲ୍ୟ ଫୁଟିବ ଓ ଲିବାନୋନର ତୁଲ୍ୟ ମୂଳ ବାନ୍ଧିବ।

6ତାହାର ଶାଖାସବୁ ବିସ୍ତାରିତ ହେବ ଓ ତାହାର ଶୋଭା ଜୀତବୃକ୍ଷ ତୁଲ୍ୟ ଓ ତାହାର ସୁବାସ ଲିବାନୋନ ପରି ହେବ।

7ତାହାର ଛାୟା ତଳେ ବାସକାରୀମାନେ ଫେରି ଆସିବେ; ସେମାନେ ଶସ୍ୟ ପରି ସଂଜୀବିତ ହେବେ ଓ ଦ୍ରାକ୍ଷାଲତା ପରି ପ୍ରସ୍ପୁଟିତ ହେବେ; ତହିଁର ସୁବାସ ଲିବାନୋନର ଦ୍ରାକ୍ଷାରସ ତୁଲ୍ୟ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.