ହୋଶେୟ 14

ଜ୍ଞାନବାନ କିଏ? ସେ ଏହିସବୁ ବିଷୟ ବୁଝିବ। ବୁଦ୍ଧିମାନ କିଏ? ସେ ଏସବୁ ଜାଣିବ, କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ; ମାତ୍ର ଆଜ୍ଞା-ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ।

Hosea 14:9 (UKJV) Who is wise, and he shall understand these things? prudent, and he shall know them? for the ways of the LORD are right, and the just shall walk in them: but the transgressors shall fall therein.

7ତାହାର ଛାୟା ତଳେ ବାସକାରୀମାନେ ଫେରି ଆସିବେ; ସେମାନେ ଶସ୍ୟ ପରି ସଂଜୀବିତ ହେବେ ଓ ଦ୍ରାକ୍ଷାଲତା ପରି ପ୍ରସ୍ପୁଟିତ ହେବେ; ତହିଁର ସୁବାସ ଲିବାନୋନର ଦ୍ରାକ୍ଷାରସ ତୁଲ୍ୟ ହେବ।

8ଇଫ୍ରୟିମ କହିବ, “ପ୍ରତିମାଗଣରେ ମୋର ଆଉ କି କାର୍ଯ୍ୟ?” ଆମ୍ଭେ ଉତ୍ତର ଦେଇଅଛୁ ଓ ତାହା ବିଷୟରେ ମନୋଯୋଗ କରିବା; ଆମ୍ଭେ ସତେଜ ଦେବଦାରୁ ବୃକ୍ଷ ତୁଲ୍ୟ; ଆମ୍ଭଠାରୁ ତୁମ୍ଭର ଫଳପ୍ରାପ୍ତି ହୁଏ।

9ଜ୍ଞାନବାନ କିଏ? ସେ ଏହିସବୁ ବିଷୟ ବୁଝିବ। ବୁଦ୍ଧିମାନ କିଏ? ସେ ଏସବୁ ଜାଣିବ, କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ; ମାତ୍ର ଆଜ୍ଞା-ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.