ହୋଶେୟ 2

ପୁଣି, ଏବେ ଆମ୍ଭେ ତାହାର ପ୍ରେମିକଗଣର ସାକ୍ଷାତରେ ତାହାର ଭ୍ରଷ୍ଟତା ପ୍ରକାଶ କରିବା ଓ ଆମ୍ଭ ହସ୍ତରୁ କେହି ତାହାକୁ ଉଦ୍ଧାର କରିବେ ନାହିଁ।

Hosea 2:10 (UKJV) And now will I discover her lewdness in the sight of her lovers, and none shall deliver her out of mine hand.

8ଯେହେତୁ ଆମ୍ଭେ ଯେ ତାହାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଲୁ ଓ ତାହାର ରୂପା ଓ ସୁନା ବୃଦ୍ଧି କଲୁ, ଏହା ସେ ଜାଣିଲା ନାହିଁ, ସେମାନେ ସେହି ରୂପା, ସୁନା ବାଲ୍‍ଦେବ ଉଦ୍ଦେଶ୍ୟରେ ବ୍ୟୟ କଲେ।

9ଏଥିପାଇଁ ଆମ୍ଭେ ଶସ୍ୟ ସମୟରେ ଆମ୍ଭର ଶସ୍ୟ ଓ ଦ୍ରାକ୍ଷାରସର ଋତୁରେ ଆମ୍ଭର ଦ୍ରାକ୍ଷାରସ ଫେରାଇ ନେବା, ଯାହା ଦ୍ୱାରା ତାହାର ଉଲଙ୍ଗତା ଆଚ୍ଛାଦିତ ହୁଅନ୍ତା, ଆମ୍ଭର ସେହି ମେଷଲୋମ ଓ ମସିନା ଛଡ଼ାଇ ନେବା।

10ପୁଣି, ଏବେ ଆମ୍ଭେ ତାହାର ପ୍ରେମିକଗଣର ସାକ୍ଷାତରେ ତାହାର ଭ୍ରଷ୍ଟତା ପ୍ରକାଶ କରିବା ଓ ଆମ୍ଭ ହସ୍ତରୁ କେହି ତାହାକୁ ଉଦ୍ଧାର କରିବେ ନାହିଁ।

11ଆହୁରି, ଆମ୍ଭେ ତାହାର ସକଳ ଆମୋଦ, ତାହାର ଉତ୍ସବ, ଅମାବାସ୍ୟା, ବିଶ୍ରାମ ଦିନ ଓ ତାହାର ମହାସଭା ସକଳ ବନ୍ଦ କରିବା।

12ଆଉ, ସେ ଆପଣାର ଯେଉଁ ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ବିଷୟରେ କହିଥିଲା ଏହିସବୁ ମୋର ପ୍ରେମିକଗଣ ମୋର ବେତନ ସ୍ୱରୂପେ ମୋତେ ଦେଇଅଛନ୍ତି, ସେହି ସବୁ ଆମ୍ଭେ ଉଜାଡ଼ କରିବା; ଆଉ, ଆମ୍ଭେ ସେହି ସବୁକୁ ଅରଣ୍ୟ କରିବା, ତହିଁରେ ବନ୍ୟ ପଶୁଗଣ ତାହା ଖାଇ ପକାଇବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.