ହୋଶେୟ 2

ଆହୁରି, ଆମ୍ଭେ ତାହାର ସକଳ ଆମୋଦ, ତାହାର ଉତ୍ସବ, ଅମାବାସ୍ୟା, ବିଶ୍ରାମ ଦିନ ଓ ତାହାର ମହାସଭା ସକଳ ବନ୍ଦ କରିବା।

Hosea 2:11 (UKJV) I will also cause all her delight to cease, her feast days, her new moons, and her sabbaths, and all her solemn feasts.

9ଏଥିପାଇଁ ଆମ୍ଭେ ଶସ୍ୟ ସମୟରେ ଆମ୍ଭର ଶସ୍ୟ ଓ ଦ୍ରାକ୍ଷାରସର ଋତୁରେ ଆମ୍ଭର ଦ୍ରାକ୍ଷାରସ ଫେରାଇ ନେବା, ଯାହା ଦ୍ୱାରା ତାହାର ଉଲଙ୍ଗତା ଆଚ୍ଛାଦିତ ହୁଅନ୍ତା, ଆମ୍ଭର ସେହି ମେଷଲୋମ ଓ ମସିନା ଛଡ଼ାଇ ନେବା।

10ପୁଣି, ଏବେ ଆମ୍ଭେ ତାହାର ପ୍ରେମିକଗଣର ସାକ୍ଷାତରେ ତାହାର ଭ୍ରଷ୍ଟତା ପ୍ରକାଶ କରିବା ଓ ଆମ୍ଭ ହସ୍ତରୁ କେହି ତାହାକୁ ଉଦ୍ଧାର କରିବେ ନାହିଁ।

11ଆହୁରି, ଆମ୍ଭେ ତାହାର ସକଳ ଆମୋଦ, ତାହାର ଉତ୍ସବ, ଅମାବାସ୍ୟା, ବିଶ୍ରାମ ଦିନ ଓ ତାହାର ମହାସଭା ସକଳ ବନ୍ଦ କରିବା।

12ଆଉ, ସେ ଆପଣାର ଯେଉଁ ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ବିଷୟରେ କହିଥିଲା ଏହିସବୁ ମୋର ପ୍ରେମିକଗଣ ମୋର ବେତନ ସ୍ୱରୂପେ ମୋତେ ଦେଇଅଛନ୍ତି, ସେହି ସବୁ ଆମ୍ଭେ ଉଜାଡ଼ କରିବା; ଆଉ, ଆମ୍ଭେ ସେହି ସବୁକୁ ଅରଣ୍ୟ କରିବା, ତହିଁରେ ବନ୍ୟ ପଶୁଗଣ ତାହା ଖାଇ ପକାଇବେ।

13ପୁଣି, ଯେଉଁମାନଙ୍କ ଉଦ୍ଦେଶ୍ୟରେ ସେ ଧୂପ ଜ୍ୱଳାଇଲା, ସେହି ବାଲ୍‍ ଦେବଗଣର (ପ୍ରତିଷ୍ଠିତ) ଦିନସମୂହର ପ୍ରତିଫଳ ଆମ୍ଭେ ତାହାକୁ ଭୋଗ କରାଇବା; ସେହି ସମୟରେ ସେ କର୍ଣ୍ଣକୁଣ୍ଡଳ ଓ ଅଳଙ୍କାର ଇତ୍ୟାଦିରେ ଆପଣାକୁ ଭୂଷିତା କରି ଆପଣା ପ୍ରେମିକଗଣର ପଛେ ପଛେ ଗଲା ଓ ଆମ୍ଭକୁ ଭୁଲିଲା, ଏହା ସଦାପ୍ରଭୁ କହନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.