10ପୁଣି, ଏବେ ଆମ୍ଭେ ତାହାର ପ୍ରେମିକଗଣର ସାକ୍ଷାତରେ ତାହାର ଭ୍ରଷ୍ଟତା ପ୍ରକାଶ କରିବା ଓ ଆମ୍ଭ ହସ୍ତରୁ କେହି ତାହାକୁ ଉଦ୍ଧାର କରିବେ ନାହିଁ।
11ଆହୁରି, ଆମ୍ଭେ ତାହାର ସକଳ ଆମୋଦ, ତାହାର ଉତ୍ସବ, ଅମାବାସ୍ୟା, ବିଶ୍ରାମ ଦିନ ଓ ତାହାର ମହାସଭା ସକଳ ବନ୍ଦ କରିବା।
12ଆଉ, ସେ ଆପଣାର ଯେଉଁ ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ବିଷୟରେ କହିଥିଲା ଏହିସବୁ ମୋର ପ୍ରେମିକଗଣ ମୋର ବେତନ ସ୍ୱରୂପେ ମୋତେ ଦେଇଅଛନ୍ତି, ସେହି ସବୁ ଆମ୍ଭେ ଉଜାଡ଼ କରିବା; ଆଉ, ଆମ୍ଭେ ସେହି ସବୁକୁ ଅରଣ୍ୟ କରିବା, ତହିଁରେ ବନ୍ୟ ପଶୁଗଣ ତାହା ଖାଇ ପକାଇବେ।
13ପୁଣି, ଯେଉଁମାନଙ୍କ ଉଦ୍ଦେଶ୍ୟରେ ସେ ଧୂପ ଜ୍ୱଳାଇଲା, ସେହି ବାଲ୍ ଦେବଗଣର (ପ୍ରତିଷ୍ଠିତ) ଦିନସମୂହର ପ୍ରତିଫଳ ଆମ୍ଭେ ତାହାକୁ ଭୋଗ କରାଇବା; ସେହି ସମୟରେ ସେ କର୍ଣ୍ଣକୁଣ୍ଡଳ ଓ ଅଳଙ୍କାର ଇତ୍ୟାଦିରେ ଆପଣାକୁ ଭୂଷିତା କରି ଆପଣା ପ୍ରେମିକଗଣର ପଛେ ପଛେ ଗଲା ଓ ଆମ୍ଭକୁ ଭୁଲିଲା, ଏହା ସଦାପ୍ରଭୁ କହନ୍ତି।
14ଏଥିନିମନ୍ତେ ଦେଖ, ଆମ୍ଭେ ତାହାର ମନକୁ ଆକର୍ଷଣ କରି ତାହାକୁ ପ୍ରାନ୍ତରକୁ ଆଣିବା ଓ ତାହାକୁ ଚିତ୍ତ ପ୍ରବୋଧକ କଥା କହିବା।