ହୋଶେୟ 2

ଏଥିନିମନ୍ତେ ଦେଖ, ଆମ୍ଭେ ତାହାର ମନକୁ ଆକର୍ଷଣ କରି ତାହାକୁ ପ୍ରାନ୍ତରକୁ ଆଣିବା ଓ ତାହାକୁ ଚିତ୍ତ ପ୍ରବୋଧକ କଥା କହିବା।

Hosea 2:14 (UKJV) Therefore, behold, I will allure her, and bring her into the wilderness, and speak comfortably unto her.

12ଆଉ, ସେ ଆପଣାର ଯେଉଁ ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ବିଷୟରେ କହିଥିଲା ଏହିସବୁ ମୋର ପ୍ରେମିକଗଣ ମୋର ବେତନ ସ୍ୱରୂପେ ମୋତେ ଦେଇଅଛନ୍ତି, ସେହି ସବୁ ଆମ୍ଭେ ଉଜାଡ଼ କରିବା; ଆଉ, ଆମ୍ଭେ ସେହି ସବୁକୁ ଅରଣ୍ୟ କରିବା, ତହିଁରେ ବନ୍ୟ ପଶୁଗଣ ତାହା ଖାଇ ପକାଇବେ।

13ପୁଣି, ଯେଉଁମାନଙ୍କ ଉଦ୍ଦେଶ୍ୟରେ ସେ ଧୂପ ଜ୍ୱଳାଇଲା, ସେହି ବାଲ୍‍ ଦେବଗଣର (ପ୍ରତିଷ୍ଠିତ) ଦିନସମୂହର ପ୍ରତିଫଳ ଆମ୍ଭେ ତାହାକୁ ଭୋଗ କରାଇବା; ସେହି ସମୟରେ ସେ କର୍ଣ୍ଣକୁଣ୍ଡଳ ଓ ଅଳଙ୍କାର ଇତ୍ୟାଦିରେ ଆପଣାକୁ ଭୂଷିତା କରି ଆପଣା ପ୍ରେମିକଗଣର ପଛେ ପଛେ ଗଲା ଓ ଆମ୍ଭକୁ ଭୁଲିଲା, ଏହା ସଦାପ୍ରଭୁ କହନ୍ତି।

14ଏଥିନିମନ୍ତେ ଦେଖ, ଆମ୍ଭେ ତାହାର ମନକୁ ଆକର୍ଷଣ କରି ତାହାକୁ ପ୍ରାନ୍ତରକୁ ଆଣିବା ଓ ତାହାକୁ ଚିତ୍ତ ପ୍ରବୋଧକ କଥା କହିବା।

15ପୁଣି, ସେହି ସ୍ଥାନରୁ ଆମ୍ଭେ ତାହାକୁ ତାହାର ଦ୍ରାକ୍ଷାକ୍ଷେତ୍ର ଓ ଭରସାରୂପ ଦ୍ୱାର ନିମନ୍ତେ ଆଖୋର୍‍ ଉପତ୍ୟକା ଦେବା; ପୁଣି, ସେ ଯେପରି ଆପଣା ଯୌବନ କାଳରେ ଓ ମିସର ଦେଶରୁ ଆସିବା ଦିନରେ ଉତ୍ତର କରିଥିଲା, ସେପରି ସେହି ସ୍ଥାନରେ ଉତ୍ତର କରିବ।

16ଆଉ, ସଦାପ୍ରଭୁ କହନ୍ତି, ସେହି ଦିନ ତୁମ୍ଭେ ଆମ୍ଭକୁ ‘ଈଶୀ’ (ଆମ୍ଭର ସ୍ୱାମୀ) ବୋଲି ଡାକିବ ଓ ‘ବାଲୀ’ (କର୍ତ୍ତା) ବୋଲି ଆଉ ଡାକିବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.