15ପୁଣି, ସେହି ସ୍ଥାନରୁ ଆମ୍ଭେ ତାହାକୁ ତାହାର ଦ୍ରାକ୍ଷାକ୍ଷେତ୍ର ଓ ଭରସାରୂପ ଦ୍ୱାର ନିମନ୍ତେ ଆଖୋର୍ ଉପତ୍ୟକା ଦେବା; ପୁଣି, ସେ ଯେପରି ଆପଣା ଯୌବନ କାଳରେ ଓ ମିସର ଦେଶରୁ ଆସିବା ଦିନରେ ଉତ୍ତର କରିଥିଲା, ସେପରି ସେହି ସ୍ଥାନରେ ଉତ୍ତର କରିବ।
16ଆଉ, ସଦାପ୍ରଭୁ କହନ୍ତି, ସେହି ଦିନ ତୁମ୍ଭେ ଆମ୍ଭକୁ ‘ଈଶୀ’ (ଆମ୍ଭର ସ୍ୱାମୀ) ବୋଲି ଡାକିବ ଓ ‘ବାଲୀ’ (କର୍ତ୍ତା) ବୋଲି ଆଉ ଡାକିବ ନାହିଁ।
17କାରଣ ଆମ୍ଭେ ତାହାର ମୁଖରୁ ବାଲ୍ ଦେବଗଣର ନାମସବୁ ଦୂର କରିବା, ପୁଣି ସେହି ନାମସବୁ ପୁନର୍ବାର ଧରାଯିବ ନାହିଁ।
18ଆଉ, ସେହି ଦିନ ଆମ୍ଭେ ସେମାନଙ୍କ ନିମନ୍ତେ କ୍ଷେତ୍ରସ୍ଥ ବନ୍ୟ ପଶୁ ଓ ଆକାଶସ୍ଥ ପକ୍ଷୀ ଓ ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ସହିତ ନିୟମ କରିବା ଓ ଆମ୍ଭେ ଦେଶରୁ ଧନୁ, ଖଡ୍ଗ ଓ ଯୁଦ୍ଧ ଉଚ୍ଛିନ୍ନ କରିବା, ଆଉ ସେମାନଙ୍କୁ ନିରାପଦରେ ଶୟନ କରାଇବା।
19ପୁଣି, ଆମ୍ଭେ ଚିରକାଳ ନିମନ୍ତେ ଆମ୍ଭ ପାଇଁ ତୁମ୍ଭକୁ ବାଗ୍ଦାନ କରିବା; ହଁ, ଆମ୍ଭେ ତୁମ୍ଭକୁ ଧର୍ମରେ, ନ୍ୟାୟ-ବିଚାରରେ, ସ୍ନେହପୂର୍ଣ୍ଣ କରୁଣାରେ ଓ ଦୟାରେ ଆମ୍ଭ ପାଇଁ ବାଗ୍ଦାନ କରିବା।