ହୋଶେୟ 2

ଆହୁରି, ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ଉତ୍ତର ଦେବା, ଆମ୍ଭେ ଆକାଶମଣ୍ଡଳକୁ ଉତ୍ତର ଦେବା ଓ ଆକାଶମଣ୍ଡଳ ପୃଥିବୀକୁ ଉତ୍ତର ଦେବ;

Hosea 2:21 (UKJV) And it shall come to pass in that day, I will hear, says the LORD, I will hear the heavens, and they shall hear the earth;

19ପୁଣି, ଆମ୍ଭେ ଚିରକାଳ ନିମନ୍ତେ ଆମ୍ଭ ପାଇଁ ତୁମ୍ଭକୁ ବାଗ୍‍ଦାନ କରିବା; ହଁ, ଆମ୍ଭେ ତୁମ୍ଭକୁ ଧର୍ମରେ, ନ୍ୟାୟ-ବିଚାରରେ, ସ୍ନେହପୂର୍ଣ୍ଣ କରୁଣାରେ ଓ ଦୟାରେ ଆମ୍ଭ ପାଇଁ ବାଗ୍‍ଦାନ କରିବା।

20ଆମ୍ଭେ ତୁମ୍ଭକୁ ବିଶ୍ୱସ୍ତତାରେ ଆମ୍ଭ ପାଇଁ ବାଗ୍‍ଦାନ କରିବା; ତହିଁରେ ତୁମ୍ଭେ ସଦାପ୍ରଭୁଙ୍କୁ ଜ୍ଞାତ ହେବ।

21ଆହୁରି, ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ଉତ୍ତର ଦେବା, ଆମ୍ଭେ ଆକାଶମଣ୍ଡଳକୁ ଉତ୍ତର ଦେବା ଓ ଆକାଶମଣ୍ଡଳ ପୃଥିବୀକୁ ଉତ୍ତର ଦେବ;

22ପୁଣି, ପୃଥିବୀ ଶସ୍ୟକୁ, ଦ୍ରାକ୍ଷାରସକୁ ଓ ତୈଳକୁ ଉତ୍ତର ଦେବ; ଆଉ, ସେହି ସମସ୍ତେ ଯିଷ୍ରିୟେଲକୁ ଉତ୍ତର ଦେବେ;

23ପୁଣି, ଆମ୍ଭେ ଆପଣା ପାଇଁ ତାହାକୁ ଦେଶରେ ରୋପଣ କରିବା; ତହିଁରେ ଯେ ଦୟା ପାଇ ନ ଥିଲା, ତାହା ପ୍ରତି ଆମ୍ଭେ ଦୟା କରିବା; ଆଉ, ଯେଉଁମାନେ ଆମ୍ଭର ଲୋକ ନ ଥିଲେ, ସେମାନଙ୍କୁ ଆମ୍ଭେ କହିବା, ତୁମ୍ଭେ ଆମ୍ଭର ଲୋକ ଓ ସେମାନେ କହିବେ, ‘ତୁମ୍ଭେ ଆମ୍ଭର ପରମେଶ୍ୱର।’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.