21ଆହୁରି, ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ଉତ୍ତର ଦେବା, ଆମ୍ଭେ ଆକାଶମଣ୍ଡଳକୁ ଉତ୍ତର ଦେବା ଓ ଆକାଶମଣ୍ଡଳ ପୃଥିବୀକୁ ଉତ୍ତର ଦେବ;
22ପୁଣି, ପୃଥିବୀ ଶସ୍ୟକୁ, ଦ୍ରାକ୍ଷାରସକୁ ଓ ତୈଳକୁ ଉତ୍ତର ଦେବ; ଆଉ, ସେହି ସମସ୍ତେ ଯିଷ୍ରିୟେଲକୁ ଉତ୍ତର ଦେବେ;
23ପୁଣି, ଆମ୍ଭେ ଆପଣା ପାଇଁ ତାହାକୁ ଦେଶରେ ରୋପଣ କରିବା; ତହିଁରେ ଯେ ଦୟା ପାଇ ନ ଥିଲା, ତାହା ପ୍ରତି ଆମ୍ଭେ ଦୟା କରିବା; ଆଉ, ଯେଉଁମାନେ ଆମ୍ଭର ଲୋକ ନ ଥିଲେ, ସେମାନଙ୍କୁ ଆମ୍ଭେ କହିବା, ତୁମ୍ଭେ ଆମ୍ଭର ଲୋକ ଓ ସେମାନେ କହିବେ, ‘ତୁମ୍ଭେ ଆମ୍ଭର ପରମେଶ୍ୱର।’”