2“ତୁମ୍ଭେମାନେ ଆପଣା ମାତା ସହିତ ବାଦାନୁବାଦ କର; କାରଣ ସେ ଆମ୍ଭର ଭାର୍ଯ୍ୟା ନୁହେଁ, କିଅବା ଆମ୍ଭେ ତାହାର ସ୍ୱାମୀ ନୋହୁଁ; ସେ ଆପଣା ଦୃଷ୍ଟିରୁ ଆପଣା ବେଶ୍ୟାଚାର ଓ ଆପଣା ସ୍ତନଦ୍ୱୟର ମଧ୍ୟରୁ ବ୍ୟଭିଚାର ଦୂର କରୁ;
3ନୋହିଲେ ଅବା ଆମ୍ଭେ ତାହାକୁ ବିବସ୍ତ୍ରା କରିବା ଓ ସେ ଜନ୍ମ ଦିନରେ ଯେରୂପ ଥିଲା, ସେରୂପ କରି ତାହାକୁ ରଖିବା; ପୁଣି, ତାହାକୁ ପ୍ରାନ୍ତରର ତୁଲ୍ୟ କରିବା ଓ ମରୁଭୂମି ତୁଲ୍ୟ କରି ତୃଷାରେ ତାହାକୁ ବଧ କରିବା;
4ଆହୁରି, ଆମ୍ଭେ ତାହାର ସନ୍ତାନଗଣ ପ୍ରତି ଦୟା କରିବା ନାହିଁ, କାରଣ ସେମାନେ ବେଶ୍ୟାଚାରରୁ ଜାତ ସନ୍ତାନ।
5ଯେହେତୁ ସେମାନଙ୍କର ମାତା ବେଶ୍ୟାବୃତ୍ତି କରିଅଛି; ସେମାନଙ୍କର ଗର୍ଭଧାରିଣୀ ଲଜ୍ଜାକର କର୍ମ କରିଅଛି; କାରଣ ସେ କହିଲା, ‘ମୋର ଯେଉଁ ପ୍ରେମିକଗଣ ମୋତେ ଅନ୍ନ, ଜଳ, ମେଷଲୋମ, ମସିନା ବସ୍ତ୍ର, ତୈଳ ଓ ମୋର ପେୟଦ୍ରବ୍ୟ ମୋତେ ଦିଅନ୍ତି, ମୁଁ ସେମାନଙ୍କର ପଛେ ପଛେ ଯିବି।’
6ଏଥିପାଇଁ ଦେଖ, ଆମ୍ଭେ କଣ୍ଟା ଦ୍ୱାରା ତୁମ୍ଭର ପଥ ରୁଦ୍ଧ କରିବା ଓ ଆମ୍ଭେ ତାହାର ବିରୁଦ୍ଧରେ ବାଡ଼ ବାନ୍ଧିବା, ତହିଁରେ ସେ ଆପଣା ପଥ ପାଇବ ନାହିଁ।