7ପୁଣି, ସେ ଆପଣା ପ୍ରେମିକଗଣର ପଛେ ପଛେ ଯିବ, ମାତ୍ର ସେ ସେମାନଙ୍କର ସଙ୍ଗ ଧରିବ ନାହିଁ ଓ ସେ ସେମାନଙ୍କର ଅନ୍ଵେଷଣ କରିବ, ମାତ୍ର ଉଦ୍ଦେଶ୍ୟ ପାଇବ ନାହିଁ; ତହୁଁ ସେ କହିବ, ‘ମୁଁ ଫେରି ଆପଣା ପ୍ରଥମ ସ୍ୱାମୀ ନିକଟକୁ ଯିବି; କାରଣ ବର୍ତ୍ତମାନ ଅପେକ୍ଷା ସେତେବେଳେ ମୋର ମଙ୍ଗଳ ଥିଲା।’
8ଯେହେତୁ ଆମ୍ଭେ ଯେ ତାହାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଲୁ ଓ ତାହାର ରୂପା ଓ ସୁନା ବୃଦ୍ଧି କଲୁ, ଏହା ସେ ଜାଣିଲା ନାହିଁ, ସେମାନେ ସେହି ରୂପା, ସୁନା ବାଲ୍ଦେବ ଉଦ୍ଦେଶ୍ୟରେ ବ୍ୟୟ କଲେ।
9ଏଥିପାଇଁ ଆମ୍ଭେ ଶସ୍ୟ ସମୟରେ ଆମ୍ଭର ଶସ୍ୟ ଓ ଦ୍ରାକ୍ଷାରସର ଋତୁରେ ଆମ୍ଭର ଦ୍ରାକ୍ଷାରସ ଫେରାଇ ନେବା, ଯାହା ଦ୍ୱାରା ତାହାର ଉଲଙ୍ଗତା ଆଚ୍ଛାଦିତ ହୁଅନ୍ତା, ଆମ୍ଭର ସେହି ମେଷଲୋମ ଓ ମସିନା ଛଡ଼ାଇ ନେବା।
10ପୁଣି, ଏବେ ଆମ୍ଭେ ତାହାର ପ୍ରେମିକଗଣର ସାକ୍ଷାତରେ ତାହାର ଭ୍ରଷ୍ଟତା ପ୍ରକାଶ କରିବା ଓ ଆମ୍ଭ ହସ୍ତରୁ କେହି ତାହାକୁ ଉଦ୍ଧାର କରିବେ ନାହିଁ।
11ଆହୁରି, ଆମ୍ଭେ ତାହାର ସକଳ ଆମୋଦ, ତାହାର ଉତ୍ସବ, ଅମାବାସ୍ୟା, ବିଶ୍ରାମ ଦିନ ଓ ତାହାର ମହାସଭା ସକଳ ବନ୍ଦ କରିବା।