ହୋଶେୟ 3

ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭକୁ କହିଲେ, “ଇସ୍ରାଏଲ-ସନ୍ତାନଗଣ ଅନ୍ୟ ଦେବଗଣର ପ୍ରତି ଫେରିଲେ ମଧ୍ୟ ଓ ଦ୍ରାକ୍ଷାଚକ୍ତି ଭଲ ପାଇଲେ ମଧ୍ୟ ସଦାପ୍ରଭୁ ଯେପରି ସେମାନଙ୍କୁ ପ୍ରେମ କରନ୍ତି, ସେହିପରି ତୁମ୍ଭେ ପୁନଶ୍ଚ ଯାଇ ଆପଣା ମିତ୍ରର ପ୍ରିୟତମା ଅଥଚ ବ୍ୟଭିଚାରିଣୀ ଏକ ସ୍ତ୍ରୀକୁ ପ୍ରେମ କର।”

Hosea 3:1 (UKJV) Then said the LORD unto me, Go yet, love a woman beloved of her friend, yet an adulteress, according to the love of the LORD toward the children of Israel, who look to other gods, and love flagons of wine.

1ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭକୁ କହିଲେ, “ଇସ୍ରାଏଲ-ସନ୍ତାନଗଣ ଅନ୍ୟ ଦେବଗଣର ପ୍ରତି ଫେରିଲେ ମଧ୍ୟ ଓ ଦ୍ରାକ୍ଷାଚକ୍ତି ଭଲ ପାଇଲେ ମଧ୍ୟ ସଦାପ୍ରଭୁ ଯେପରି ସେମାନଙ୍କୁ ପ୍ରେମ କରନ୍ତି, ସେହିପରି ତୁମ୍ଭେ ପୁନଶ୍ଚ ଯାଇ ଆପଣା ମିତ୍ରର ପ୍ରିୟତମା ଅଥଚ ବ୍ୟଭିଚାରିଣୀ ଏକ ସ୍ତ୍ରୀକୁ ପ୍ରେମ କର।”

2ତହିଁରେ ମୁଁ ପନ୍ଦର ରୌପ୍ୟ ମୁଦ୍ରା, ଏକ ହୋମର ଓ ଅର୍ଦ୍ଧ ହୋମର ଯବ ଦେଇ ସେ ସ୍ତ୍ରୀକୁ କିଣିଲି;

3ଆଉ, ମୁଁ ତାହାକୁ କହିଲି, “ତୁମ୍ଭେ ଅନେକ ଦିନ ପର୍ଯ୍ୟନ୍ତ ମୋʼ ନିମନ୍ତେ ରହିବ; ତୁମ୍ଭେ ବେଶ୍ୟାବୃତ୍ତି କରିବ ନାହିଁ ଓ ତୁମ୍ଭେ ଅନ୍ୟ କୌଣସି ପୁରୁଷର ଭାର୍ଯ୍ୟା ହେବ ନାହିଁ ଓ ମୁଁ ମଧ୍ୟ ତୁମ୍ଭ ପ୍ରତି ସେହିପରି ବ୍ୟବହାର କରିବି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.