ହୋଶେୟ 3

କାରଣ ଇସ୍ରାଏଲ-ସନ୍ତାନଗଣ ଅନେକ ଦିନ ପର୍ଯ୍ୟନ୍ତ ରାଜାହୀନ, ଅଧିପତିହୀନ, ଯଜ୍ଞହୀନ, ସ୍ତମ୍ଭହୀନ ଓ ଏଫୋଦ ଅବା ଠାକୁରହୀନ ହୋଇ ରହିବେ;

Hosea 3:4 (UKJV) For the children of Israel shall abide many days without a king, and without a prince, and without a sacrifice, and without an image, and without an ephod, and without teraphim:

2ତହିଁରେ ମୁଁ ପନ୍ଦର ରୌପ୍ୟ ମୁଦ୍ରା, ଏକ ହୋମର ଓ ଅର୍ଦ୍ଧ ହୋମର ଯବ ଦେଇ ସେ ସ୍ତ୍ରୀକୁ କିଣିଲି;

3ଆଉ, ମୁଁ ତାହାକୁ କହିଲି, “ତୁମ୍ଭେ ଅନେକ ଦିନ ପର୍ଯ୍ୟନ୍ତ ମୋʼ ନିମନ୍ତେ ରହିବ; ତୁମ୍ଭେ ବେଶ୍ୟାବୃତ୍ତି କରିବ ନାହିଁ ଓ ତୁମ୍ଭେ ଅନ୍ୟ କୌଣସି ପୁରୁଷର ଭାର୍ଯ୍ୟା ହେବ ନାହିଁ ଓ ମୁଁ ମଧ୍ୟ ତୁମ୍ଭ ପ୍ରତି ସେହିପରି ବ୍ୟବହାର କରିବି।”

4କାରଣ ଇସ୍ରାଏଲ-ସନ୍ତାନଗଣ ଅନେକ ଦିନ ପର୍ଯ୍ୟନ୍ତ ରାଜାହୀନ, ଅଧିପତିହୀନ, ଯଜ୍ଞହୀନ, ସ୍ତମ୍ଭହୀନ ଓ ଏଫୋଦ ଅବା ଠାକୁରହୀନ ହୋଇ ରହିବେ;

5ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.