ହୋଶେୟ 4

ବ୍ୟଭିଚାର, ମଦ୍ୟ ଓ ନୂତନ ଦ୍ରାକ୍ଷାରସ ବୁଦ୍ଧି ହରଣ କରେ।

Hosea 4:11 (UKJV) Whoredom and wine and new wine take away the heart.

9ଏଣୁ ଯେପରି ଲୋକମାନଙ୍କ ଉପରେ ସେହିପରି ଯାଜକମାନଙ୍କ ଉପରେ ବର୍ତ୍ତିବ; ପୁଣି, ଆମ୍ଭେ ସେମାନଙ୍କ ଆଚରଣ ଅନୁଯାୟୀ ସେମାନଙ୍କୁ ଦଣ୍ଡ ଦେବା ଓ ସେମାନଙ୍କ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।

10ତହିଁରେ ସେମାନେ ଭୋଜନ କଲେ ମଧ୍ୟ ତୃପ୍ତ ହେବେ ନାହିଁ; ବ୍ୟଭିଚାର କଲେ ମଧ୍ୟ ବହୁବଂଶ ହେବେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି।

11ବ୍ୟଭିଚାର, ମଦ୍ୟ ଓ ନୂତନ ଦ୍ରାକ୍ଷାରସ ବୁଦ୍ଧି ହରଣ କରେ।

12ଆମ୍ଭର ଲୋକମାନେ ଆପଣା କାଷ୍ଠଖଣ୍ଡର ନିକଟରେ ମନ୍ତ୍ରଣା ଚାହାନ୍ତି ଓ ସେମାନଙ୍କର ଯଷ୍ଟି ସେମାନଙ୍କ ପ୍ରତି (କଥା) ପ୍ରକାଶ କରେ; କାରଣ ବ୍ୟଭିଚାରର ଆତ୍ମା ସେମାନଙ୍କୁ ଭ୍ରାନ୍ତ କରିଅଛି, ପୁଣି ସେମାନେ ପରମେଶ୍ୱରଙ୍କ ଅଧୀନତାରୁ ଯାଇ ବ୍ୟଭିଚାର କରିଅଛନ୍ତି।

13ସେମାନେ ପର୍ବତମାନର ଶୃଙ୍ଗରେ ବଳିଦାନ କରନ୍ତି ଓ ଉପପର୍ବତଗଣର ଉପରେ ଅଲୋନ, ଲିବ୍‍ନି ଓ ଏଲା ବୃକ୍ଷ ତଳେ ଧୂପ ଜଳାନ୍ତି, କାରଣ ତହିଁର ଛାୟା ଉତ୍ତମ; ଏଥିପାଇଁ ତୁମ୍ଭର କନ୍ୟାଗଣ ବେଶ୍ୟାଚାର କରନ୍ତି ଓ ତୁମ୍ଭର ବଧୂଗଣ ବ୍ୟଭିଚାର କରନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.