ହୋଶେୟ 4

ହେ ଇସ୍ରାଏଲ, ତୁମ୍ଭେ ଯଦ୍ୟପି ବେଶ୍ୟାବୃତ୍ତି କର, ତଥାପି ଯିହୁଦା ସେପରି ଦୋଷଗ୍ରସ୍ତ ନ ହେଉ; ଆଉ, ତୁମ୍ଭେମାନେ ଗିଲ୍‍ଗଲ୍‍ରେ ଉପସ୍ଥିତ ହୁଅ ନାହିଁ, କିଅବା ବେଥ୍-ଆବନକୁ ଯାଅ ନାହିଁ; ଅଥବା ସେଠାରେ ଜୀବିତ ସଦାପ୍ରଭୁ ବୋଲି ଶପଥ କର ନାହିଁ।

Hosea 4:15 (UKJV) Though you, Israel, play the harlot, yet let not Judah offend; and come not all of you unto Gilgal, neither go all of you up to Bethaven, nor swear, The LORD lives.

13ସେମାନେ ପର୍ବତମାନର ଶୃଙ୍ଗରେ ବଳିଦାନ କରନ୍ତି ଓ ଉପପର୍ବତଗଣର ଉପରେ ଅଲୋନ, ଲିବ୍‍ନି ଓ ଏଲା ବୃକ୍ଷ ତଳେ ଧୂପ ଜଳାନ୍ତି, କାରଣ ତହିଁର ଛାୟା ଉତ୍ତମ; ଏଥିପାଇଁ ତୁମ୍ଭର କନ୍ୟାଗଣ ବେଶ୍ୟାଚାର କରନ୍ତି ଓ ତୁମ୍ଭର ବଧୂଗଣ ବ୍ୟଭିଚାର କରନ୍ତି।

14ତୁମ୍ଭର କନ୍ୟାଗଣ ବେଶ୍ୟାଚାର କଲା ବେଳେ ଓ ତୁମ୍ଭର ବଧୂଗଣ ବ୍ୟଭିଚାର କଲା ବେଳେ ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା ନାହିଁ; କାରଣ ସେମାନେ ଆପେ ବେଶ୍ୟାମାନଙ୍କ ସଙ୍ଗେ ଦେବଗଣର ମନ୍ଦିରକୁ ଯାଆନ୍ତି ଓ ମାହାରୀମାନଙ୍କ ସଙ୍ଗେ ବଳିଦାନ କରନ୍ତି; ଯେଉଁ ଲୋକମାନେ ବୁଝନ୍ତି ନାହିଁ, ସେମାନେ ଉତ୍ପାଟିତ ହେବେ।

15ହେ ଇସ୍ରାଏଲ, ତୁମ୍ଭେ ଯଦ୍ୟପି ବେଶ୍ୟାବୃତ୍ତି କର, ତଥାପି ଯିହୁଦା ସେପରି ଦୋଷଗ୍ରସ୍ତ ନ ହେଉ; ଆଉ, ତୁମ୍ଭେମାନେ ଗିଲ୍‍ଗଲ୍‍ରେ ଉପସ୍ଥିତ ହୁଅ ନାହିଁ, କିଅବା ବେଥ୍-ଆବନକୁ ଯାଅ ନାହିଁ; ଅଥବା ସେଠାରେ ଜୀବିତ ସଦାପ୍ରଭୁ ବୋଲି ଶପଥ କର ନାହିଁ।

16କାରଣ ସ୍ଵେଚ୍ଛାଚାରିଣୀ ଗାଭୀ ତୁଲ୍ୟ ଇସ୍ରାଏଲ ଆପେ ସ୍ଵେଚ୍ଛାଚାରୀ ହୋଇଅଛି; ଏବେ ସଦାପ୍ରଭୁ ସେମାନଙ୍କୁ ମେଷଶାବକ ପରି ପ୍ରଶସ୍ତ ସ୍ଥାନରେ ଚରାଇବେ।

17ଇଫ୍ରୟିମ ପ୍ରତିମାଗଣ ପ୍ରତି ଆସକ୍ତ ହୋଇଅଛି; ତାକୁ ଛାଡ଼ିଦିଅ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.