ହୋଶେୟ 4

ଇଫ୍ରୟିମ ପ୍ରତିମାଗଣ ପ୍ରତି ଆସକ୍ତ ହୋଇଅଛି; ତାକୁ ଛାଡ଼ିଦିଅ।

Hosea 4:17 (UKJV) Ephraim is joined to idols: let him alone.

15ହେ ଇସ୍ରାଏଲ, ତୁମ୍ଭେ ଯଦ୍ୟପି ବେଶ୍ୟାବୃତ୍ତି କର, ତଥାପି ଯିହୁଦା ସେପରି ଦୋଷଗ୍ରସ୍ତ ନ ହେଉ; ଆଉ, ତୁମ୍ଭେମାନେ ଗିଲ୍‍ଗଲ୍‍ରେ ଉପସ୍ଥିତ ହୁଅ ନାହିଁ, କିଅବା ବେଥ୍-ଆବନକୁ ଯାଅ ନାହିଁ; ଅଥବା ସେଠାରେ ଜୀବିତ ସଦାପ୍ରଭୁ ବୋଲି ଶପଥ କର ନାହିଁ।

16କାରଣ ସ୍ଵେଚ୍ଛାଚାରିଣୀ ଗାଭୀ ତୁଲ୍ୟ ଇସ୍ରାଏଲ ଆପେ ସ୍ଵେଚ୍ଛାଚାରୀ ହୋଇଅଛି; ଏବେ ସଦାପ୍ରଭୁ ସେମାନଙ୍କୁ ମେଷଶାବକ ପରି ପ୍ରଶସ୍ତ ସ୍ଥାନରେ ଚରାଇବେ।

17ଇଫ୍ରୟିମ ପ୍ରତିମାଗଣ ପ୍ରତି ଆସକ୍ତ ହୋଇଅଛି; ତାକୁ ଛାଡ଼ିଦିଅ।

18ସେମାନଙ୍କର ପେୟଦ୍ରବ୍ୟ ଅମ୍ଳ ହୋଇଅଛି; ସେମାନେ ଅବିରତ ବେଶ୍ୟାଗମନ କରନ୍ତି; ତାହାର ଶାସନକର୍ତ୍ତାମାନେ ଅପମାନକୁ ଅତିଶୟ ଭଲ ପାଆନ୍ତି।

19ବାୟୁ ତାହାକୁ ଆପଣା ପକ୍ଷରେ ଆଚ୍ଛାଦନ କରିଅଛି ଓ ସେମାନେ ଆପଣାମାନଙ୍କର ବଳିଦାନ ସକାଶୁ ଲଜ୍ଜିତ ହେବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.