1ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; କାରଣ ଦେଶରେ ସତ୍ୟ ଅବା ଦୟା କିଅବା ପରମେଶ୍ୱର ବିଷୟକ ଜ୍ଞାନ ନ ଥିବାରୁ ଦେଶନିବାସୀଗଣ ସହିତ ସଦାପ୍ରଭୁଙ୍କର ବିବାଦ ଅଛି।
2ଅଭିଶାପ ଦେବା, ବିଶ୍ୱାସଲଙ୍ଘନ, ବଧ, ଚୋରି ଓ ବ୍ୟଭିଚାର ବିନା ସେଠାରେ ଆଉ କିଛି ନାହିଁ; ଲୋକମାନେ ବିଦ୍ରୋହୀ ହୋଇ ଉଠନ୍ତି ଓ ରକ୍ତପାତ ଉପରେ ରକ୍ତପାତ କରାଯାଏ।
3ଏଥିପାଇଁ ଦେଶ ବିଳାପ କରିବ ଓ ତହିଁର ନିବାସୀ ପ୍ରତ୍ୟେକ ଲୋକ, କ୍ଷେତ୍ରସ୍ଥ ବନ୍ୟ ପଶୁ ଓ ଆକାଶସ୍ଥ ପକ୍ଷୀଗଣ ସହିତ ଦୁର୍ବଳ ହେବେ; ହଁ, ସମୁଦ୍ରର ମତ୍ସ୍ୟଗଣ ମଧ୍ୟ ଦୂରୀକୃତ ହେବେ।
4ତଥାପି କୌଣସି ମନୁଷ୍ୟ ବିବାଦ ନ କରୁ, କିଅବା କୌଣସି ମନୁଷ୍ୟ ଅନୁଯୋଗ ନ କରୁ; କାରଣ ତୁମ୍ଭର ଲୋକମାନେ ଯାଜକ ସହିତ ବିବାଦକାରୀ ଲୋକମାନଙ୍କର ତୁଲ୍ୟ ଅଟନ୍ତି।
5ପୁଣି, ତୁମ୍ଭେ ଦିନ ବେଳେ ଝୁଣ୍ଟି ପଡ଼ିବ ଓ ଭବିଷ୍ୟଦ୍ବକ୍ତା ମଧ୍ୟ ରାତ୍ରିକାଳରେ ତୁମ୍ଭ ସଙ୍ଗେ ଝୁଣ୍ଟି ପଡ଼ିବ; ଆଉ, ଆମ୍ଭେ ତୁମ୍ଭର ମାତାକୁ ବିନାଶ କରିବା।