4ତଥାପି କୌଣସି ମନୁଷ୍ୟ ବିବାଦ ନ କରୁ, କିଅବା କୌଣସି ମନୁଷ୍ୟ ଅନୁଯୋଗ ନ କରୁ; କାରଣ ତୁମ୍ଭର ଲୋକମାନେ ଯାଜକ ସହିତ ବିବାଦକାରୀ ଲୋକମାନଙ୍କର ତୁଲ୍ୟ ଅଟନ୍ତି।
5ପୁଣି, ତୁମ୍ଭେ ଦିନ ବେଳେ ଝୁଣ୍ଟି ପଡ଼ିବ ଓ ଭବିଷ୍ୟଦ୍ବକ୍ତା ମଧ୍ୟ ରାତ୍ରିକାଳରେ ତୁମ୍ଭ ସଙ୍ଗେ ଝୁଣ୍ଟି ପଡ଼ିବ; ଆଉ, ଆମ୍ଭେ ତୁମ୍ଭର ମାତାକୁ ବିନାଶ କରିବା।
6ଆମ୍ଭର ଲୋକମାନେ ଜ୍ଞାନର ଅଭାବ ସକାଶୁ ବିନଷ୍ଟ ହୋଇଅଛନ୍ତି; କାରଣ ତୁମ୍ଭେ ଜ୍ଞାନ ଅଗ୍ରାହ୍ୟ କରିଅଛ, ଆମ୍ଭେ ମଧ୍ୟ ତୁମ୍ଭକୁ ଅଗ୍ରାହ୍ୟ କରିବା, ତହିଁରେ ତୁମ୍ଭେ ଆମ୍ଭର ଯାଜକ ହେବ ନାହିଁ; ତୁମ୍ଭେ ଆପଣା ପରମେଶ୍ୱରଙ୍କ ବ୍ୟବସ୍ଥା ପାସୋରିବାରୁ ଆମ୍ଭେ ମଧ୍ୟ ତୁମ୍ଭ ସନ୍ତାନଗଣକୁ ପାସୋରି ଯିବା।
7ସେମାନେ ଯେତେ ଅଧିକ ବୃଦ୍ଧି ପାଇଲେ ସେତେ ଅଧିକ ଆମ୍ଭ ବିରୁଦ୍ଧରେ ପାପ କଲେ; ଆମ୍ଭେ ସେମାନଙ୍କର ଗୌରବ ଅପମାନରେ ପରିଣତ କରିବା।
8ସେମାନେ ଆମ୍ଭ ଲୋକମାନଙ୍କ ପାପରେ ପ୍ରତିପୋଷିତ ହୁଅନ୍ତି, ଆଉ ସେମାନଙ୍କ ଅଧର୍ମରେ ଆପଣା ଆପଣା ଅନ୍ତଃକରଣକୁ ଆସକ୍ତ କରନ୍ତି।