ହୋଶେୟ 4

ସେମାନେ ଯେତେ ଅଧିକ ବୃଦ୍ଧି ପାଇଲେ ସେତେ ଅଧିକ ଆମ୍ଭ ବିରୁଦ୍ଧରେ ପାପ କଲେ; ଆମ୍ଭେ ସେମାନଙ୍କର ଗୌରବ ଅପମାନରେ ପରିଣତ କରିବା।

Hosea 4:7 (UKJV) As they were increased, so they sinned against me: therefore will I change their glory into shame.

5ପୁଣି, ତୁମ୍ଭେ ଦିନ ବେଳେ ଝୁଣ୍ଟି ପଡ଼ିବ ଓ ଭବିଷ୍ୟଦ୍‍ବକ୍ତା ମଧ୍ୟ ରାତ୍ରିକାଳରେ ତୁମ୍ଭ ସଙ୍ଗେ ଝୁଣ୍ଟି ପଡ଼ିବ; ଆଉ, ଆମ୍ଭେ ତୁମ୍ଭର ମାତାକୁ ବିନାଶ କରିବା।

6ଆମ୍ଭର ଲୋକମାନେ ଜ୍ଞାନର ଅଭାବ ସକାଶୁ ବିନଷ୍ଟ ହୋଇଅଛନ୍ତି; କାରଣ ତୁମ୍ଭେ ଜ୍ଞାନ ଅଗ୍ରାହ୍ୟ କରିଅଛ, ଆମ୍ଭେ ମଧ୍ୟ ତୁମ୍ଭକୁ ଅଗ୍ରାହ୍ୟ କରିବା, ତହିଁରେ ତୁମ୍ଭେ ଆମ୍ଭର ଯାଜକ ହେବ ନାହିଁ; ତୁମ୍ଭେ ଆପଣା ପରମେଶ୍ୱରଙ୍କ ବ୍ୟବସ୍ଥା ପାସୋରିବାରୁ ଆମ୍ଭେ ମଧ୍ୟ ତୁମ୍ଭ ସନ୍ତାନଗଣକୁ ପାସୋରି ଯିବା।

7ସେମାନେ ଯେତେ ଅଧିକ ବୃଦ୍ଧି ପାଇଲେ ସେତେ ଅଧିକ ଆମ୍ଭ ବିରୁଦ୍ଧରେ ପାପ କଲେ; ଆମ୍ଭେ ସେମାନଙ୍କର ଗୌରବ ଅପମାନରେ ପରିଣତ କରିବା।

8ସେମାନେ ଆମ୍ଭ ଲୋକମାନଙ୍କ ପାପରେ ପ୍ରତିପୋଷିତ ହୁଅନ୍ତି, ଆଉ ସେମାନଙ୍କ ଅଧର୍ମରେ ଆପଣା ଆପଣା ଅନ୍ତଃକରଣକୁ ଆସକ୍ତ କରନ୍ତି।

9ଏଣୁ ଯେପରି ଲୋକମାନଙ୍କ ଉପରେ ସେହିପରି ଯାଜକମାନଙ୍କ ଉପରେ ବର୍ତ୍ତିବ; ପୁଣି, ଆମ୍ଭେ ସେମାନଙ୍କ ଆଚରଣ ଅନୁଯାୟୀ ସେମାନଙ୍କୁ ଦଣ୍ଡ ଦେବା ଓ ସେମାନଙ୍କ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.