6ଆମ୍ଭର ଲୋକମାନେ ଜ୍ଞାନର ଅଭାବ ସକାଶୁ ବିନଷ୍ଟ ହୋଇଅଛନ୍ତି; କାରଣ ତୁମ୍ଭେ ଜ୍ଞାନ ଅଗ୍ରାହ୍ୟ କରିଅଛ, ଆମ୍ଭେ ମଧ୍ୟ ତୁମ୍ଭକୁ ଅଗ୍ରାହ୍ୟ କରିବା, ତହିଁରେ ତୁମ୍ଭେ ଆମ୍ଭର ଯାଜକ ହେବ ନାହିଁ; ତୁମ୍ଭେ ଆପଣା ପରମେଶ୍ୱରଙ୍କ ବ୍ୟବସ୍ଥା ପାସୋରିବାରୁ ଆମ୍ଭେ ମଧ୍ୟ ତୁମ୍ଭ ସନ୍ତାନଗଣକୁ ପାସୋରି ଯିବା।
7ସେମାନେ ଯେତେ ଅଧିକ ବୃଦ୍ଧି ପାଇଲେ ସେତେ ଅଧିକ ଆମ୍ଭ ବିରୁଦ୍ଧରେ ପାପ କଲେ; ଆମ୍ଭେ ସେମାନଙ୍କର ଗୌରବ ଅପମାନରେ ପରିଣତ କରିବା।
8ସେମାନେ ଆମ୍ଭ ଲୋକମାନଙ୍କ ପାପରେ ପ୍ରତିପୋଷିତ ହୁଅନ୍ତି, ଆଉ ସେମାନଙ୍କ ଅଧର୍ମରେ ଆପଣା ଆପଣା ଅନ୍ତଃକରଣକୁ ଆସକ୍ତ କରନ୍ତି।
9ଏଣୁ ଯେପରି ଲୋକମାନଙ୍କ ଉପରେ ସେହିପରି ଯାଜକମାନଙ୍କ ଉପରେ ବର୍ତ୍ତିବ; ପୁଣି, ଆମ୍ଭେ ସେମାନଙ୍କ ଆଚରଣ ଅନୁଯାୟୀ ସେମାନଙ୍କୁ ଦଣ୍ଡ ଦେବା ଓ ସେମାନଙ୍କ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।
10ତହିଁରେ ସେମାନେ ଭୋଜନ କଲେ ମଧ୍ୟ ତୃପ୍ତ ହେବେ ନାହିଁ; ବ୍ୟଭିଚାର କଲେ ମଧ୍ୟ ବହୁବଂଶ ହେବେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି।