11ଇଫ୍ରୟିମ ସନ୍ତୁଷ୍ଟ ହୋଇ ମନୁଷ୍ୟର ଆଜ୍ଞାନୁସାରେ ଚାଲିଥିବାରୁ ସେ ଉପଦ୍ରବଗ୍ରସ୍ତ ହୋଇଅଛି ଓ ବିଚାରରେ କଷ୍ଟ ପାଇଅଛି।
12ଏଥିସକାଶୁ ଆମ୍ଭେ ଇଫ୍ରୟିମ ପକ୍ଷରେ କୀଟ ସ୍ୱରୂପ ଓ ଯିହୁଦା ବଂଶ ପକ୍ଷରେ କ୍ଷୟ ସ୍ୱରୂପ ହୋଇଅଛୁ।
13ଯେତେବେଳେ ଇଫ୍ରୟିମ ଆପଣା ରୋଗ ଓ ଯିହୁଦା ଆପଣା କ୍ଷତ ଦେଖିଲା, ସେତେବେଳେ ଇଫ୍ରୟିମ ଅଶୂରୀୟର ନିକଟକୁ ଗଲା ଓ ଯାରେବ ରାଜା ନିକଟକୁ ଲୋକ ପଠାଇଲା; ମାତ୍ର ସେ ତୁମ୍ଭମାନଙ୍କୁ ସୁସ୍ଥ କରିବାକୁ ସକ୍ଷମ ନୁହେଁ, କିଅବା ସେ ତୁମ୍ଭମାନଙ୍କର କ୍ଷତ ଆରୋଗ୍ୟ କରିବ ନାହିଁ।
14କାରଣ ଆମ୍ଭେ ଇଫ୍ରୟିମ ପ୍ରତି ସିଂହ ତୁଲ୍ୟ ଓ ଯିହୁଦା ବଂଶ ପ୍ରତି ଯୁବା ସିଂହ ତୁଲ୍ୟ ହେବା। ଆମ୍ଭେ, ଆମ୍ଭେ ହିଁ ବିଦୀର୍ଣ୍ଣ କରି ଚାଲିଯିବା; ଆମ୍ଭେ ସେମାନଙ୍କୁ ଟାଣି ଦୂରକୁ ନେଇଯିବା ଓ ଉଦ୍ଧାର କରିବା ପାଇଁ କେହି ନ ଥିବ।
15ସେମାନେ ଆପଣା ଆପଣା ଅପରାଧ ସ୍ୱୀକାର କରି ଆମ୍ଭର ମୁଖ ଅନ୍ଵେଷଣ ନ କରିବା ପର୍ଯ୍ୟନ୍ତ ଆମ୍ଭେ ଫେରି ଆପଣା ସ୍ଥାନକୁ ଯିବା; ସେମାନେ ଆପଣାମାନଙ୍କର ଦୁଃଖ ସମୟରେ ଆନ୍ତରିକ ଭାବରେ ଆମ୍ଭର ଅନ୍ଵେଷଣ କରିବେ।