4ସେମାନଙ୍କର କ୍ରିୟାସକଳ ସେମାନଙ୍କୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟକୁ ଫେରିବାକୁ ଦେବ ନାହିଁ; କାରଣ ସେମାନଙ୍କ ଅନ୍ତରରେ ବ୍ୟଭିଚାରର ଆତ୍ମା ଅଛି ଓ ସେମାନେ ସଦାପ୍ରଭୁଙ୍କୁ ଜାଣନ୍ତି ନାହିଁ।
5ପୁଣି, ଇସ୍ରାଏଲର ଦର୍ପ ତାହାର ମୁଖ ଆଗରେ ସାକ୍ଷ୍ୟ ଦିଏ; ଏଥିପାଇଁ ଇସ୍ରାଏଲ ଓ ଇଫ୍ରୟିମ ଆପଣାମାନଙ୍କ ଅଧର୍ମରେ ଝୁଣ୍ଟି ପଡ଼ିବେ।
6ସେମାନେ ଆପଣାମାନଙ୍କର ମେଷପଲ ଓ ଗୋପଲ ଘେନି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଯିବେ; ମାତ୍ର ତାହାଙ୍କର ଉଦ୍ଦେଶ୍ୟ ପାଇବେ ନାହିଁ; କାରଣ ସେ ସେମାନଙ୍କ ନିକଟରୁ ଚାଲି ଯାଇଅଛନ୍ତି।
7ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଶ୍ୱାସଘାତକତା କରିଅଛନ୍ତି; କାରଣ ସେମାନେ ଅବୈଧ ସନ୍ତାନ ଉତ୍ପନ୍ନ କରିଅଛନ୍ତି; ଏବେ ଅମାବାସ୍ୟା ସେମାନଙ୍କୁ ଓ ସେମାନଙ୍କ କ୍ଷେତ୍ରସବୁକୁ ଗ୍ରାସ କରିବ।
8ତୁମ୍ଭେମାନେ ଗିବୀୟାରେ ଶିଙ୍ଗା ଧ୍ୱନି କର, ରାମାରେ ତୂରୀ ବଜାଅ; ବେଥ୍-ଆବନରେ ଭୟାନକ ସିଂହନାଦ କର; ତୁମ୍ଭ ପଛେ, ହେ ବିନ୍ୟାମୀନ୍,