7ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଶ୍ୱାସଘାତକତା କରିଅଛନ୍ତି; କାରଣ ସେମାନେ ଅବୈଧ ସନ୍ତାନ ଉତ୍ପନ୍ନ କରିଅଛନ୍ତି; ଏବେ ଅମାବାସ୍ୟା ସେମାନଙ୍କୁ ଓ ସେମାନଙ୍କ କ୍ଷେତ୍ରସବୁକୁ ଗ୍ରାସ କରିବ।
8ତୁମ୍ଭେମାନେ ଗିବୀୟାରେ ଶିଙ୍ଗା ଧ୍ୱନି କର, ରାମାରେ ତୂରୀ ବଜାଅ; ବେଥ୍-ଆବନରେ ଭୟାନକ ସିଂହନାଦ କର; ତୁମ୍ଭ ପଛେ, ହେ ବିନ୍ୟାମୀନ୍,
9ଭର୍ତ୍ସନା ଦିନରେ ଇଫ୍ରୟିମ ଧ୍ୱଂସର ସ୍ଥାନ ହେବ; ଯାହା ନିଶ୍ଚୟ ଘଟିବ, ତାହା ଆମ୍ଭେ ଇସ୍ରାଏଲ ଗୋଷ୍ଠୀମାନଙ୍କ ମଧ୍ୟରେ ଜ୍ଞାତ କରାଇଅଛୁ।
10ଯେଉଁମାନେ ସୀମାର ଚିହ୍ନ ଘୁଞ୍ଚାନ୍ତି, ଯିହୁଦାର ଅଧିପତିଗଣ ସେମାନଙ୍କ ତୁଲ୍ୟ ହୋଇଅଛନ୍ତି; ଆମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଜଳ ପରି ଢାଳିବା।
11ଇଫ୍ରୟିମ ସନ୍ତୁଷ୍ଟ ହୋଇ ମନୁଷ୍ୟର ଆଜ୍ଞାନୁସାରେ ଚାଲିଥିବାରୁ ସେ ଉପଦ୍ରବଗ୍ରସ୍ତ ହୋଇଅଛି ଓ ବିଚାରରେ କଷ୍ଟ ପାଇଅଛି।