9ପୁଣି, ଡକାୟତ ଦଳ ଯେପରି ମନୁଷ୍ୟର ଅପେକ୍ଷାରେ ଥାଆନ୍ତି, ସେପରି ଯାଜକ ଦଳ ଶିଖିମ ଆଡ଼େ ଯିବା ପଥରେ ନରହତ୍ୟା କରନ୍ତି; ହଁ, ସେମାନେ ଭ୍ରଷ୍ଟାଚରଣ କରିଅଛନ୍ତି।
10ଆମ୍ଭେ ଇସ୍ରାଏଲ ବଂଶ ମଧ୍ୟରେ ଅତି ଭୟଙ୍କର ଏକ ବିଷୟ ଦେଖିଅଛୁ, ସେହି ସ୍ଥାନରେ ଇଫ୍ରୟିମ ମଧ୍ୟରେ ବେଶ୍ୟାବୃତ୍ତି ଦେଖାଯାଏ, ଇସ୍ରାଏଲ ଅଶୁଚି ହୋଇଅଛି।
11ଆହୁରି ହେ ଯିହୁଦା, ଆମ୍ଭେ ଯେତେବେଳେ ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣିବା, ସେତେବେଳେ ତୁମ୍ଭ ପାଇଁ (ଦଣ୍ଡରୂପ) ଶସ୍ୟଚ୍ଛେଦନ ସମୟ ନିରୂପିତ ଅଛି।