ହୋଶେୟ 6

ପୁଣି, ଆମ୍ଭେମାନେ ଜ୍ଞାତ ହେଉ, ସଦାପ୍ରଭୁଙ୍କୁ ଜାଣିବା ନିମନ୍ତେ ତାହାଙ୍କ ପଶ୍ଚାତ୍‍ଗମନ କରୁ; ତାହାଙ୍କର ଉଦୟ ପ୍ରତ୍ୟୁଷ ତୁଲ୍ୟ ନିଶ୍ଚିତ; ଆଉ ସେ ଆମ୍ଭମାନଙ୍କ ନିକଟକୁ ବୃଷ୍ଟି ତୁଲ୍ୟ, ଭୂମି-ସେଚନକାରୀ ଶେଷ ବୃଷ୍ଟି ତୁଲ୍ୟ ଆସିବେ।”

Hosea 6:3 (UKJV) Then shall we know, if we follow on to know the LORD: his going forth is prepared as the morning; and he shall come unto us as the rain, as the latter and former rain unto the earth.

1“ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଫେରିଯାଉ; କାରଣ ସେ ବିଦୀର୍ଣ୍ଣ କରିଅଛନ୍ତି ଓ ସେ ଆମ୍ଭମାନଙ୍କୁ ସୁସ୍ଥ କରିବେ; ସେ ପ୍ରହାର କରିଅଛନ୍ତି ଓ ସେ ଆମ୍ଭମାନଙ୍କ କ୍ଷତ ବାନ୍ଧିବେ।

2ଦୁଇ ଦିନ ଉତ୍ତାରେ ସେ ଆମ୍ଭମାନଙ୍କୁ ସଂଜୀବିତ କରିବେ; ତୃତୀୟ ଦିନରେ ଆମ୍ଭମାନଙ୍କୁ ଉଠାଇବେ ଓ ଆମ୍ଭେମାନେ ତାହାଙ୍କ ଛାମୁରେ ବଞ୍ଚିବୁ।

3ପୁଣି, ଆମ୍ଭେମାନେ ଜ୍ଞାତ ହେଉ, ସଦାପ୍ରଭୁଙ୍କୁ ଜାଣିବା ନିମନ୍ତେ ତାହାଙ୍କ ପଶ୍ଚାତ୍‍ଗମନ କରୁ; ତାହାଙ୍କର ଉଦୟ ପ୍ରତ୍ୟୁଷ ତୁଲ୍ୟ ନିଶ୍ଚିତ; ଆଉ ସେ ଆମ୍ଭମାନଙ୍କ ନିକଟକୁ ବୃଷ୍ଟି ତୁଲ୍ୟ, ଭୂମି-ସେଚନକାରୀ ଶେଷ ବୃଷ୍ଟି ତୁଲ୍ୟ ଆସିବେ।”

4ହେ ଇଫ୍ରୟିମ, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? ହେ ଯିହୁଦା, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? କାରଣ ତୁମ୍ଭମାନଙ୍କର ଧର୍ମ ପ୍ରାତଃକାଳୀନ ମେଘ ତୁଲ୍ୟ ଓ ପ୍ରତ୍ୟୁଷରେ ଅନ୍ତର୍ହିତ ହେବା କାକର ତୁଲ୍ୟ।

5ଏଥିପାଇଁ ଆମ୍ଭେ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ସେମାନଙ୍କୁ ଚ୍ଛେଦନ କରିଅଛୁ; ଆମ୍ଭେ ଆପଣା ମୁଖନିର୍ଗତ ବାକ୍ୟ ଦ୍ୱାରା ସେମାନଙ୍କୁ ବଧ କରିଅଛୁ ଓ ତୁମ୍ଭର ଦଣ୍ଡାଜ୍ଞାସକଳ ନିର୍ଗତ ହେବା ଦୀପ୍ତି ତୁଲ୍ୟ ଅଟେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.