ହୋଶେୟ 6

ହେ ଇଫ୍ରୟିମ, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? ହେ ଯିହୁଦା, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? କାରଣ ତୁମ୍ଭମାନଙ୍କର ଧର୍ମ ପ୍ରାତଃକାଳୀନ ମେଘ ତୁଲ୍ୟ ଓ ପ୍ରତ୍ୟୁଷରେ ଅନ୍ତର୍ହିତ ହେବା କାକର ତୁଲ୍ୟ।

Hosea 6:4 (UKJV) O Ephraim, what shall I do unto you? O Judah, what shall I do unto you? for your goodness is as a morning cloud, and as the early dew it goes away.

2ଦୁଇ ଦିନ ଉତ୍ତାରେ ସେ ଆମ୍ଭମାନଙ୍କୁ ସଂଜୀବିତ କରିବେ; ତୃତୀୟ ଦିନରେ ଆମ୍ଭମାନଙ୍କୁ ଉଠାଇବେ ଓ ଆମ୍ଭେମାନେ ତାହାଙ୍କ ଛାମୁରେ ବଞ୍ଚିବୁ।

3ପୁଣି, ଆମ୍ଭେମାନେ ଜ୍ଞାତ ହେଉ, ସଦାପ୍ରଭୁଙ୍କୁ ଜାଣିବା ନିମନ୍ତେ ତାହାଙ୍କ ପଶ୍ଚାତ୍‍ଗମନ କରୁ; ତାହାଙ୍କର ଉଦୟ ପ୍ରତ୍ୟୁଷ ତୁଲ୍ୟ ନିଶ୍ଚିତ; ଆଉ ସେ ଆମ୍ଭମାନଙ୍କ ନିକଟକୁ ବୃଷ୍ଟି ତୁଲ୍ୟ, ଭୂମି-ସେଚନକାରୀ ଶେଷ ବୃଷ୍ଟି ତୁଲ୍ୟ ଆସିବେ।”

4ହେ ଇଫ୍ରୟିମ, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? ହେ ଯିହୁଦା, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? କାରଣ ତୁମ୍ଭମାନଙ୍କର ଧର୍ମ ପ୍ରାତଃକାଳୀନ ମେଘ ତୁଲ୍ୟ ଓ ପ୍ରତ୍ୟୁଷରେ ଅନ୍ତର୍ହିତ ହେବା କାକର ତୁଲ୍ୟ।

5ଏଥିପାଇଁ ଆମ୍ଭେ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ସେମାନଙ୍କୁ ଚ୍ଛେଦନ କରିଅଛୁ; ଆମ୍ଭେ ଆପଣା ମୁଖନିର୍ଗତ ବାକ୍ୟ ଦ୍ୱାରା ସେମାନଙ୍କୁ ବଧ କରିଅଛୁ ଓ ତୁମ୍ଭର ଦଣ୍ଡାଜ୍ଞାସକଳ ନିର୍ଗତ ହେବା ଦୀପ୍ତି ତୁଲ୍ୟ ଅଟେ।

6କାରଣ ବଳିଦାନ ନୁହେଁ, ମାତ୍ର ଦୟା ଓ ହୋମ ଅପେକ୍ଷା ପରମେଶ୍ୱର ବିଷୟକ ଜ୍ଞାନ ବାଞ୍ଛା କରୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.