3ପୁଣି, ଆମ୍ଭେମାନେ ଜ୍ଞାତ ହେଉ, ସଦାପ୍ରଭୁଙ୍କୁ ଜାଣିବା ନିମନ୍ତେ ତାହାଙ୍କ ପଶ୍ଚାତ୍ଗମନ କରୁ; ତାହାଙ୍କର ଉଦୟ ପ୍ରତ୍ୟୁଷ ତୁଲ୍ୟ ନିଶ୍ଚିତ; ଆଉ ସେ ଆମ୍ଭମାନଙ୍କ ନିକଟକୁ ବୃଷ୍ଟି ତୁଲ୍ୟ, ଭୂମି-ସେଚନକାରୀ ଶେଷ ବୃଷ୍ଟି ତୁଲ୍ୟ ଆସିବେ।”
4ହେ ଇଫ୍ରୟିମ, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? ହେ ଯିହୁଦା, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? କାରଣ ତୁମ୍ଭମାନଙ୍କର ଧର୍ମ ପ୍ରାତଃକାଳୀନ ମେଘ ତୁଲ୍ୟ ଓ ପ୍ରତ୍ୟୁଷରେ ଅନ୍ତର୍ହିତ ହେବା କାକର ତୁଲ୍ୟ।
5ଏଥିପାଇଁ ଆମ୍ଭେ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ସେମାନଙ୍କୁ ଚ୍ଛେଦନ କରିଅଛୁ; ଆମ୍ଭେ ଆପଣା ମୁଖନିର୍ଗତ ବାକ୍ୟ ଦ୍ୱାରା ସେମାନଙ୍କୁ ବଧ କରିଅଛୁ ଓ ତୁମ୍ଭର ଦଣ୍ଡାଜ୍ଞାସକଳ ନିର୍ଗତ ହେବା ଦୀପ୍ତି ତୁଲ୍ୟ ଅଟେ।
6କାରଣ ବଳିଦାନ ନୁହେଁ, ମାତ୍ର ଦୟା ଓ ହୋମ ଅପେକ୍ଷା ପରମେଶ୍ୱର ବିଷୟକ ଜ୍ଞାନ ବାଞ୍ଛା କରୁ।
7ମାତ୍ର ଆଦମର ତୁଲ୍ୟ ସେମାନେ ନିୟମ ଲଙ୍ଘନ କରିଅଛନ୍ତି; ସେହି ସ୍ଥାନରେ ସେମାନେ ଆମ୍ଭ ବିରୁଦ୍ଧରେ ବିଶ୍ୱାସଘାତକତା କରିଅଛନ୍ତି।