9ବିଦେଶୀମାନେ ତାହାର ବଳ ଗ୍ରାସ କରିଅଛନ୍ତି, ଆଉ ସେ ତାହା ଜାଣେ ନାହିଁ; ହଁ, ତାହାର ମସ୍ତକରେ, ଏଠାରେ ସେଠାରେ ପକ୍ୱକେଶ ଅଛି, ମାତ୍ର ସେ ତାହା ଜାଣେ ନାହିଁ।
10ପୁଣି, ଇସ୍ରାଏଲର ଦର୍ପ ତାହାର ସାକ୍ଷାତରେ ସାକ୍ଷ୍ୟ ଦିଏ; ତଥାପି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟକୁ ଫେରି ନାହାନ୍ତି, କିଅବା ଏହିସବୁ ଘଟିଲେ ମଧ୍ୟ ସେମାନେ ତାହାଙ୍କର ଅନ୍ଵେଷଣ କରି ନାହାନ୍ତି।
11ପୁଣି, ଇଫ୍ରୟିମ ଅବୋଧ କପୋତର ତୁଲ୍ୟ ବୁଦ୍ଧିହୀନ; ସେମାନେ ମିସରକୁ ନିବେଦନ କରନ୍ତି, ସେମାନେ ଅଶୂରକୁ ଯାଆନ୍ତି।
12ଯେତେବେଳେ ସେମାନେ ଯିବେ, ସେତେବେଳେ ଆମ୍ଭେ ସେମାନଙ୍କ ଉପରେ ଆପଣା ଜାଲ ପ୍ରସାର କରିବା; ଆମ୍ଭେ ସେମାନଙ୍କୁ ଆକାଶର ପକ୍ଷୀଗଣ ପରି ତଳକୁ ଆଣିବା; ସେମାନଙ୍କ ସମାଜ ଯେପରି ଶୁଣିଅଛନ୍ତି, ସେହିପରି ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା।
13ସେମାନେ ସନ୍ତାପର ପାତ୍ର! କାରଣ ସେମାନେ ଆମ୍ଭ ନିକଟରୁ ବିପଥଗାମୀ ହୋଇଅଛନ୍ତି; ସେମାନଙ୍କର ସର୍ବନାଶ ଘଟିବ; କାରଣ ସେମାନେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛନ୍ତି; ଆମ୍ଭେ ସେମାନଙ୍କୁ ମୁକ୍ତ କରିବାକୁ ଇଚ୍ଛା କଲେ ମଧ୍ୟ ସେମାନେ ଆମ୍ଭ ବିରୁଦ୍ଧରେ ମିଥ୍ୟା କଥା କହିଅଛନ୍ତି।