14ପୁଣି, ସେମାନେ ଅନ୍ତଃକରଣ ସହିତ ଆମ୍ଭ ନିକଟରେ କ୍ରନ୍ଦନ କରି ନାହାନ୍ତି; ମାତ୍ର ସେମାନେ ଆପଣା ଶଯ୍ୟାରେ ହାହାକାର କରନ୍ତି; ସେମାନେ ଶସ୍ୟ ଓ ଦ୍ରାକ୍ଷାରସ ନିମନ୍ତେ ଆପଣାମାନଙ୍କୁ ଏକତ୍ର କରନ୍ତି, ସେମାନେ ଆମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କରନ୍ତି।
15ଆମ୍ଭେ ସେମାନଙ୍କ ବାହୁକୁ ଶିକ୍ଷା ଦେଇ ସବଳ କଲେ ମଧ୍ୟ ସେମାନେ ଆମ୍ଭ ବିରୁଦ୍ଧରେ କୁକଳ୍ପନା କରନ୍ତି।
16ସେମାନେ ଫେରି ଆସନ୍ତି ସତ୍ୟ, ମାତ୍ର ଊର୍ଦ୍ଧ୍ୱସ୍ଥଙ୍କ ପ୍ରତି ନୁହେଁ; ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ; ସେମାନଙ୍କ ଅଧିପତିମାନେ ଆପଣା ଆପଣା ଜିହ୍ୱାର ପ୍ରଚଣ୍ଡତା ସକାଶୁ ଖଡ୍ଗ ଦ୍ୱାରା ପତିତ ହେବେ; ଏହା ମିସର ଦେଶରେ ସେମାନଙ୍କ ପକ୍ଷରେ ଉପହାସର ବିଷୟ ହେବ।