1ଆମ୍ଭେ ଯେତେବେଳେ ଇସ୍ରାଏଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ସେତେବେଳେ ଇଫ୍ରୟିମର ଅଧର୍ମ ଓ ଶମରୀୟାର ଦୁଷ୍ଟତା ପ୍ରକାଶିତ ହୁଅଇ; କାରଣ ସେମାନେ ଅସତ୍ୟତାର ବ୍ୟବହାର କରନ୍ତି ଓ ଚୋର ଭିତରେ ପ୍ରବେଶ କରେ, ଆଉ ଡକାୟତ ଦଳ ବାହାରେ ଲୁଟ କରନ୍ତି।
2ପୁଣି, ଆମ୍ଭେ ଯେ ସେମାନଙ୍କର ସମସ୍ତ ଦୁଷ୍ଟତା ସ୍ମରଣ କରୁ, ଏହା ସେମାନେ ଆପଣାମାନଙ୍କ ଅନ୍ତଃକରଣରେ ବିବେଚନା କରନ୍ତି ନାହିଁ; ଏବେ ସେମାନଙ୍କର ନିଜ କାର୍ଯ୍ୟସବୁ ସେମାନଙ୍କୁ ଘେରିଅଛି; ସେହି ସବୁ ଆମ୍ଭ ସମ୍ମୁଖରେ ଅଛି।
3ସେମାନେ ଆପଣାମାନଙ୍କର ଦୁଷ୍ଟତା ଦ୍ୱାରା ରାଜାକୁ ଓ ଆପଣାମାନଙ୍କ ମିଥ୍ୟା ଦ୍ୱାରା ଅଧିପତିମାନଙ୍କୁ ଆନନ୍ଦିତ କରନ୍ତି।
4ସେମାନେ ସମସ୍ତେ ବ୍ୟଭିଚାରୀ; ସେମାନେ ରୁଟି ପ୍ରସ୍ତୁତକାରୀ ଦ୍ୱାରା ଉତ୍ତପ୍ତ ତନ୍ଦୁର ସ୍ୱରୂପ; ମଇଦା ଦଳିବା ସମୟଠାରୁ ତହିଁରେ ତାଡ଼ି ମିଶ୍ରିତ ନ ହେବା ପର୍ଯ୍ୟନ୍ତ ସେ ଅଗ୍ନି ପ୍ରଜ୍ୱଳିତ କରିବାରୁ ନିବୃତ୍ତ ହୁଏ।
5ଆମ୍ଭମାନଙ୍କ ରାଜାଙ୍କ ଦିନରେ ଅଧିପତିମାନେ ଦ୍ରାକ୍ଷାରସର ଉତ୍ତାପରେ ଆପଣାମାନଙ୍କୁ ପୀଡ଼ିତ କଲେ; ସେ ନିନ୍ଦକମାନଙ୍କ ସଙ୍ଗେ ଆପଣା ହସ୍ତ ବଢ଼ାଇଲା।