ହୋଶେୟ 7

ସେମାନେ ସମସ୍ତେ ବ୍ୟଭିଚାରୀ; ସେମାନେ ରୁଟି ପ୍ରସ୍ତୁତକାରୀ ଦ୍ୱାରା ଉତ୍ତପ୍ତ ତନ୍ଦୁର ସ୍ୱରୂପ; ମଇଦା ଦଳିବା ସମୟଠାରୁ ତହିଁରେ ତାଡ଼ି ମିଶ୍ରିତ ନ ହେବା ପର୍ଯ୍ୟନ୍ତ ସେ ଅଗ୍ନି ପ୍ରଜ୍ୱଳିତ କରିବାରୁ ନିବୃତ୍ତ ହୁଏ।

Hosea 7:4 (UKJV) They are all adulterers, as an oven heated by the baker, who ceases from raising after he has kneaded the dough, until it be leavened.

2ପୁଣି, ଆମ୍ଭେ ଯେ ସେମାନଙ୍କର ସମସ୍ତ ଦୁଷ୍ଟତା ସ୍ମରଣ କରୁ, ଏହା ସେମାନେ ଆପଣାମାନଙ୍କ ଅନ୍ତଃକରଣରେ ବିବେଚନା କରନ୍ତି ନାହିଁ; ଏବେ ସେମାନଙ୍କର ନିଜ କାର୍ଯ୍ୟସବୁ ସେମାନଙ୍କୁ ଘେରିଅଛି; ସେହି ସବୁ ଆମ୍ଭ ସମ୍ମୁଖରେ ଅଛି।

3ସେମାନେ ଆପଣାମାନଙ୍କର ଦୁଷ୍ଟତା ଦ୍ୱାରା ରାଜାକୁ ଓ ଆପଣାମାନଙ୍କ ମିଥ୍ୟା ଦ୍ୱାରା ଅଧିପତିମାନଙ୍କୁ ଆନନ୍ଦିତ କରନ୍ତି।

4ସେମାନେ ସମସ୍ତେ ବ୍ୟଭିଚାରୀ; ସେମାନେ ରୁଟି ପ୍ରସ୍ତୁତକାରୀ ଦ୍ୱାରା ଉତ୍ତପ୍ତ ତନ୍ଦୁର ସ୍ୱରୂପ; ମଇଦା ଦଳିବା ସମୟଠାରୁ ତହିଁରେ ତାଡ଼ି ମିଶ୍ରିତ ନ ହେବା ପର୍ଯ୍ୟନ୍ତ ସେ ଅଗ୍ନି ପ୍ରଜ୍ୱଳିତ କରିବାରୁ ନିବୃତ୍ତ ହୁଏ।

5ଆମ୍ଭମାନଙ୍କ ରାଜାଙ୍କ ଦିନରେ ଅଧିପତିମାନେ ଦ୍ରାକ୍ଷାରସର ଉତ୍ତାପରେ ଆପଣାମାନଙ୍କୁ ପୀଡ଼ିତ କଲେ; ସେ ନିନ୍ଦକମାନଙ୍କ ସଙ୍ଗେ ଆପଣା ହସ୍ତ ବଢ଼ାଇଲା।

6କାରଣ ସେମାନେ ଛକି ବସି ଆପଣା ଆପଣା ଅନ୍ତଃକରଣ ତନ୍ଦୁର ପରି ପ୍ରସ୍ତୁତ କରିଅଛନ୍ତି; ସେମାନଙ୍କର କ୍ରୋଧ ରାତ୍ରିସାରା କୁହୁଳୁ ଥାଏ; ପ୍ରାତଃକାଳରେ ତାହା ପ୍ରଜ୍ୱଳିତ ଅଗ୍ନି ପରି ଜ୍ୱଳଇ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.