7ସେମାନେ ସମସ୍ତେ ତନ୍ଦୁର ପରି ଉତ୍ତପ୍ତ ଅଟନ୍ତି ଓ ଆପଣାମାନଙ୍କର ବିଚାରକର୍ତ୍ତୃଗଣକୁ ଗ୍ରାସ କରନ୍ତି; ସେମାନଙ୍କର ସମସ୍ତ ରାଜାଗଣ ପତିତ ହୋଇଅଛନ୍ତି; ସେମାନଙ୍କ ମଧ୍ୟରେ କେହି ଆମ୍ଭ ନିକଟରେ ପ୍ରାର୍ଥନା କରନ୍ତି ନାହିଁ।
8ଗୋଷ୍ଠୀଗଣ ମଧ୍ୟରେ ଇଫ୍ରୟିମ ଆପେ ମିଶ୍ରିତ ହୁଅଇ; ଇଫ୍ରୟିମ ଓଲଟା ହୋଇ ନ ଥିବା ପିଠା ତୁଲ୍ୟ।
9ବିଦେଶୀମାନେ ତାହାର ବଳ ଗ୍ରାସ କରିଅଛନ୍ତି, ଆଉ ସେ ତାହା ଜାଣେ ନାହିଁ; ହଁ, ତାହାର ମସ୍ତକରେ, ଏଠାରେ ସେଠାରେ ପକ୍ୱକେଶ ଅଛି, ମାତ୍ର ସେ ତାହା ଜାଣେ ନାହିଁ।
10ପୁଣି, ଇସ୍ରାଏଲର ଦର୍ପ ତାହାର ସାକ୍ଷାତରେ ସାକ୍ଷ୍ୟ ଦିଏ; ତଥାପି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟକୁ ଫେରି ନାହାନ୍ତି, କିଅବା ଏହିସବୁ ଘଟିଲେ ମଧ୍ୟ ସେମାନେ ତାହାଙ୍କର ଅନ୍ଵେଷଣ କରି ନାହାନ୍ତି।
11ପୁଣି, ଇଫ୍ରୟିମ ଅବୋଧ କପୋତର ତୁଲ୍ୟ ବୁଦ୍ଧିହୀନ; ସେମାନେ ମିସରକୁ ନିବେଦନ କରନ୍ତି, ସେମାନେ ଅଶୂରକୁ ଯାଆନ୍ତି।