9କାରଣ ସେମାନେ ବନ୍ୟ ଗର୍ଦ୍ଦଭ ତୁଲ୍ୟ ଏକାକୀ ହୋଇ ଅଶୂରକୁ ଯାଇଅଛନ୍ତି; ଇଫ୍ରୟିମ ପ୍ରେମିକଗଣକୁ ବେତନ ଦେଇ ରଖିଅଛି।
10ହଁ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଲୋକମାନଙ୍କୁ ବେତନ ଦେଲେ ମଧ୍ୟ ଏବେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା; ସେମାନେ ଅଧିପତିଗଣଙ୍କ ରାଜାର ଭାର ସକାଶୁ ନ୍ୟୂନ ହେବାକୁ ଲାଗିଲେଣି।
11କାରଣ ଇଫ୍ରୟିମ ପାପ ଚେଷ୍ଟାରେ ଅନେକ ଯଜ୍ଞବେଦି କରିଅଛି, ଯଜ୍ଞବେଦିସବୁ ତାହା ପକ୍ଷରେ ପାପର କାରଣ ହୋଇଅଛି।
12ଆମ୍ଭେ ଦଶ ସହସ୍ର ବିଧିରେ ଆମ୍ଭର ବ୍ୟବସ୍ଥା ତାହା ପାଇଁ ଲେଖିଲେ ମଧ୍ୟ ସେହି ସବୁ ବିଦେଶୀୟ କଥା ତୁଲ୍ୟ ଗଣିତ ହୁଏ।
13ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଉପହାରାର୍ଥକ ବଳି ନିମନ୍ତେ ମାଂସ ବଳିଦାନ କରି ତାହା ଭୋଜନ କରନ୍ତି; ମାତ୍ର ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ। ଏବେ ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପର ପ୍ରତିଫଳ ଦେବେ; ସେମାନେ ପୁନର୍ବାର ମିସରକୁ ଫେରିଯିବେ।