ହୋଶେୟ 8

ଆମ୍ଭେ ଦଶ ସହସ୍ର ବିଧିରେ ଆମ୍ଭର ବ୍ୟବସ୍ଥା ତାହା ପାଇଁ ଲେଖିଲେ ମଧ୍ୟ ସେହି ସବୁ ବିଦେଶୀୟ କଥା ତୁଲ୍ୟ ଗଣିତ ହୁଏ।

Hosea 8:12 (UKJV) I have written to him the great things of my law, but they were counted as a strange thing.

10ହଁ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଲୋକମାନଙ୍କୁ ବେତନ ଦେଲେ ମଧ୍ୟ ଏବେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା; ସେମାନେ ଅଧିପତିଗଣଙ୍କ ରାଜାର ଭାର ସକାଶୁ ନ୍ୟୂନ ହେବାକୁ ଲାଗିଲେଣି।

11କାରଣ ଇଫ୍ରୟିମ ପାପ ଚେଷ୍ଟାରେ ଅନେକ ଯଜ୍ଞବେଦି କରିଅଛି, ଯଜ୍ଞବେଦିସବୁ ତାହା ପକ୍ଷରେ ପାପର କାରଣ ହୋଇଅଛି।

12ଆମ୍ଭେ ଦଶ ସହସ୍ର ବିଧିରେ ଆମ୍ଭର ବ୍ୟବସ୍ଥା ତାହା ପାଇଁ ଲେଖିଲେ ମଧ୍ୟ ସେହି ସବୁ ବିଦେଶୀୟ କଥା ତୁଲ୍ୟ ଗଣିତ ହୁଏ।

13ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଉପହାରାର୍ଥକ ବଳି ନିମନ୍ତେ ମାଂସ ବଳିଦାନ କରି ତାହା ଭୋଜନ କରନ୍ତି; ମାତ୍ର ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ। ଏବେ ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପର ପ୍ରତିଫଳ ଦେବେ; ସେମାନେ ପୁନର୍ବାର ମିସରକୁ ଫେରିଯିବେ।

14କାରଣ ଇସ୍ରାଏଲ ଆପଣା ସୃଷ୍ଟିକର୍ତ୍ତାଙ୍କୁ ପାସୋରିଅଛି ଓ ନାନା ଅଟ୍ଟାଳିକା ନିର୍ମାଣ କରିଅଛି ଓ ଯିହୁଦା ଅନେକ ପ୍ରାଚୀର-ବେଷ୍ଟିତ ନଗର ପ୍ରସ୍ତୁତ କରିଅଛି, ମାତ୍ର ଆମ୍ଭେ ତାହାର ନଗରସକଳର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଦୁର୍ଗସକଳ ଗ୍ରାସ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.