1ତୁମ୍ଭେ ଆପଣା ମୁଖରେ ତୂରୀ ଦିଅ; ଶତ୍ରୁ ସଦାପ୍ରଭୁଙ୍କ ଗୃହ ବିରୁଦ୍ଧରେ ଉତ୍କ୍ରୋଶ ପକ୍ଷୀ ତୁଲ୍ୟ ଆସୁଅଛି; କାରଣ ଲୋକମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି ଓ ଆମ୍ଭ ବ୍ୟବସ୍ଥା ବିରୁଦ୍ଧରେ ଅପରାଧ କରିଅଛନ୍ତି।
2ସେମାନେ ଆମ୍ଭ ନିକଟରେ କ୍ରନ୍ଦନ କରି କହିବେ, “ହେ ଆମ୍ଭର ପରମେଶ୍ୱର, ଆମ୍ଭେମାନେ ଇସ୍ରାଏଲ, ତୁମ୍ଭଙ୍କୁ ଜାଣୁ।”
3ଯାହା ଉତ୍ତମ, ତାହା ଇସ୍ରାଏଲ ଅଗ୍ରାହ୍ୟ କରିଅଛି; ଶତ୍ରୁ ତାହାର ପଛେ ପଛେ ଗୋଡ଼ାଇବ।
4ସେମାନେ ରାଜାଗଣକୁ ନିଯୁକ୍ତ କରିଅଛନ୍ତି, ମାତ୍ର ଆମ୍ଭ ଦ୍ୱାରା ନୁହେଁ; ସେମାନେ ଅଧିପତିଗଣ ନିଯୁକ୍ତ କରିଅଛନ୍ତି, ମାତ୍ର ଆମ୍ଭେ ତାହା ଜାଣିଲୁ ନାହିଁ। ସେମାନେ ଯେପରି ଉଚ୍ଛିନ୍ନ ହେବେ, ଏଥିପାଇଁ ଆପଣା ନିମନ୍ତେ ରୂପା ଓ ସୁନାରେ ସେମାନେ ପ୍ରତିମାଗଣ ନିର୍ମାଣ କରିଅଛନ୍ତି।
5ହେ ଶମରୀୟା, ସେ ତୁମ୍ଭର ଗୋବତ୍ସ ପ୍ରତିମାକୁ ଅଗ୍ରାହ୍ୟ କରିଅଛନ୍ତି। ସେମାନଙ୍କ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହୋଇଅଛି! ସେମାନେ କେତେ କାଳ ଉତ୍ତାରେ ନିର୍ଦ୍ଦୋଷତା ପ୍ରାପ୍ତ ହେବେ?