5ହେ ଶମରୀୟା, ସେ ତୁମ୍ଭର ଗୋବତ୍ସ ପ୍ରତିମାକୁ ଅଗ୍ରାହ୍ୟ କରିଅଛନ୍ତି। ସେମାନଙ୍କ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହୋଇଅଛି! ସେମାନେ କେତେ କାଳ ଉତ୍ତାରେ ନିର୍ଦ୍ଦୋଷତା ପ୍ରାପ୍ତ ହେବେ?
6କାରଣ ଏହା ହିଁ ଇସ୍ରାଏଲଠାରୁ ହୋଇଅଛି, ଶିଳ୍ପକାର ଏହା ନିର୍ମାଣ କରିଅଛି, ତାହା ପରମେଶ୍ୱର ନୁହେଁ; ହଁ, ଶମରୀୟାର ଗୋବତ୍ସ ଖଣ୍ଡ ଖଣ୍ଡ ହୋଇ ଭଗ୍ନ ହେବ।
7କାରଣ ସେମାନେ ବାୟୁ ବୁଣନ୍ତି ଓ ଘୂର୍ଣ୍ଣିବାୟୁରୂପ ଶସ୍ୟ କାଟିବେ। ତାହାର ଉଠିଆ କ୍ଷେତ ନାହିଁ; ପତ୍ର ଖାଦ୍ୟ ଉତ୍ପନ୍ନ କରିବ ନାହିଁ; ଯଦି ଉତ୍ପନ୍ନ କରିବେ, ବିଦେଶୀୟମାନେ ତାହା ଗ୍ରାସ କରିବେ।
8ଇସ୍ରାଏଲ ଗ୍ରାସିତ ହୋଇଅଛି; ଏବେ ସେମାନେ ଅପ୍ରୀତିକର ପାତ୍ର ତୁଲ୍ୟ ନାନା ଗୋଷ୍ଠୀ ମଧ୍ୟରେ ଅଛନ୍ତି।
9କାରଣ ସେମାନେ ବନ୍ୟ ଗର୍ଦ୍ଦଭ ତୁଲ୍ୟ ଏକାକୀ ହୋଇ ଅଶୂରକୁ ଯାଇଅଛନ୍ତି; ଇଫ୍ରୟିମ ପ୍ରେମିକଗଣକୁ ବେତନ ଦେଇ ରଖିଅଛି।