7କାରଣ ସେମାନେ ବାୟୁ ବୁଣନ୍ତି ଓ ଘୂର୍ଣ୍ଣିବାୟୁରୂପ ଶସ୍ୟ କାଟିବେ। ତାହାର ଉଠିଆ କ୍ଷେତ ନାହିଁ; ପତ୍ର ଖାଦ୍ୟ ଉତ୍ପନ୍ନ କରିବ ନାହିଁ; ଯଦି ଉତ୍ପନ୍ନ କରିବେ, ବିଦେଶୀୟମାନେ ତାହା ଗ୍ରାସ କରିବେ।
8ଇସ୍ରାଏଲ ଗ୍ରାସିତ ହୋଇଅଛି; ଏବେ ସେମାନେ ଅପ୍ରୀତିକର ପାତ୍ର ତୁଲ୍ୟ ନାନା ଗୋଷ୍ଠୀ ମଧ୍ୟରେ ଅଛନ୍ତି।
9କାରଣ ସେମାନେ ବନ୍ୟ ଗର୍ଦ୍ଦଭ ତୁଲ୍ୟ ଏକାକୀ ହୋଇ ଅଶୂରକୁ ଯାଇଅଛନ୍ତି; ଇଫ୍ରୟିମ ପ୍ରେମିକଗଣକୁ ବେତନ ଦେଇ ରଖିଅଛି।
10ହଁ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଲୋକମାନଙ୍କୁ ବେତନ ଦେଲେ ମଧ୍ୟ ଏବେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା; ସେମାନେ ଅଧିପତିଗଣଙ୍କ ରାଜାର ଭାର ସକାଶୁ ନ୍ୟୂନ ହେବାକୁ ଲାଗିଲେଣି।
11କାରଣ ଇଫ୍ରୟିମ ପାପ ଚେଷ୍ଟାରେ ଅନେକ ଯଜ୍ଞବେଦି କରିଅଛି, ଯଜ୍ଞବେଦିସବୁ ତାହା ପକ୍ଷରେ ପାପର କାରଣ ହୋଇଅଛି।