ହୋଶେୟ 9

ଇଫ୍ରୟିମର ଗୌରବ ପକ୍ଷୀ ପରି ଉଡ଼ିଯିବ; ତାହାର କୌଣସି ଜନ୍ମ, ଗର୍ଭ କିଅବା ଗର୍ଭଧାରଣ ହେବ ନାହିଁ।

Hosea 9:11 (UKJV) As for Ephraim, their glory shall fly away like a bird, from the birth, and from the womb, and from the conception.

9ଗିବୀୟାର ସମୟରେ ଯେପରି, ସେମାନେ ଆପଣାମାନଙ୍କୁ ସେପରି ଅତିଶୟ ଭ୍ରଷ୍ଟ କରିଅଛନ୍ତି; ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପସକଳର ପ୍ରତିଫଳ ଦେବେ।

10ସଦାପ୍ରଭୁ କହନ୍ତି, ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; ଆମ୍ଭେ ଡିମ୍ବିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ୱ ଡିମ୍ବିରି ଫଳ ସଦୃଶ୍ୟ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଦେଖିଲୁ; ମାତ୍ର ସେମାନେ ବାଲ୍‍-ପିୟୋରର ନିକଟକୁ ଆସି ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ।

11ଇଫ୍ରୟିମର ଗୌରବ ପକ୍ଷୀ ପରି ଉଡ଼ିଯିବ; ତାହାର କୌଣସି ଜନ୍ମ, ଗର୍ଭ କିଅବା ଗର୍ଭଧାରଣ ହେବ ନାହିଁ।

12ଯଦ୍ୟପି ସେମାନେ ସନ୍ତାନଗଣକୁ ପ୍ରତିପାଳନ କରିବେ, ତଥାପି ଆମ୍ଭେ ସେମାନଙ୍କୁ ନିଃସନ୍ତାନ କରିବା, ତହିଁରେ ଜଣେ ମନୁଷ୍ୟ ମଧ୍ୟ ସେଠାରେ ରହିବ ନାହିଁ; ହଁ, ଆମ୍ଭେ ସେମାନଙ୍କୁ ଯେତେବେଳେ ପରିତ୍ୟାଗ କରିବା, ସେତେବେଳେ ସେମାନଙ୍କର ସନ୍ତାପ ହେବ!

13ଆମ୍ଭେ ସୋରକୁ ଯେପରି ଦେଖିଅଛୁ, ଇଫ୍ରୟିମ ସେପରି ମନୋହର ସ୍ଥାନରେ ରୋପିତ ହୋଇଅଛି; ମାତ୍ର ଇଫ୍ରୟିମ ଆପଣା ସନ୍ତାନଗଣକୁ ହତ୍ୟାକାରୀର ନିକଟକୁ ବାହାର କରି ଆଣିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.