10ସଦାପ୍ରଭୁ କହନ୍ତି, ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; ଆମ୍ଭେ ଡିମ୍ବିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ୱ ଡିମ୍ବିରି ଫଳ ସଦୃଶ୍ୟ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଦେଖିଲୁ; ମାତ୍ର ସେମାନେ ବାଲ୍-ପିୟୋରର ନିକଟକୁ ଆସି ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ।
11ଇଫ୍ରୟିମର ଗୌରବ ପକ୍ଷୀ ପରି ଉଡ଼ିଯିବ; ତାହାର କୌଣସି ଜନ୍ମ, ଗର୍ଭ କିଅବା ଗର୍ଭଧାରଣ ହେବ ନାହିଁ।
12ଯଦ୍ୟପି ସେମାନେ ସନ୍ତାନଗଣକୁ ପ୍ରତିପାଳନ କରିବେ, ତଥାପି ଆମ୍ଭେ ସେମାନଙ୍କୁ ନିଃସନ୍ତାନ କରିବା, ତହିଁରେ ଜଣେ ମନୁଷ୍ୟ ମଧ୍ୟ ସେଠାରେ ରହିବ ନାହିଁ; ହଁ, ଆମ୍ଭେ ସେମାନଙ୍କୁ ଯେତେବେଳେ ପରିତ୍ୟାଗ କରିବା, ସେତେବେଳେ ସେମାନଙ୍କର ସନ୍ତାପ ହେବ!
13ଆମ୍ଭେ ସୋରକୁ ଯେପରି ଦେଖିଅଛୁ, ଇଫ୍ରୟିମ ସେପରି ମନୋହର ସ୍ଥାନରେ ରୋପିତ ହୋଇଅଛି; ମାତ୍ର ଇଫ୍ରୟିମ ଆପଣା ସନ୍ତାନଗଣକୁ ହତ୍ୟାକାରୀର ନିକଟକୁ ବାହାର କରି ଆଣିବ।
14ହେ ସଦାପ୍ରଭୁ, ସେମାନଙ୍କୁ ଦିଅ; ତୁମ୍ଭେ ସେମାନଙ୍କୁ କଅଣ ଦେବ? ସେମାନଙ୍କୁ ଗର୍ଭସ୍ରାବ ଉଦର ଓ ଶୁଷ୍କ ସ୍ତନ ଦିଅ।