11ଇଫ୍ରୟିମର ଗୌରବ ପକ୍ଷୀ ପରି ଉଡ଼ିଯିବ; ତାହାର କୌଣସି ଜନ୍ମ, ଗର୍ଭ କିଅବା ଗର୍ଭଧାରଣ ହେବ ନାହିଁ।
12ଯଦ୍ୟପି ସେମାନେ ସନ୍ତାନଗଣକୁ ପ୍ରତିପାଳନ କରିବେ, ତଥାପି ଆମ୍ଭେ ସେମାନଙ୍କୁ ନିଃସନ୍ତାନ କରିବା, ତହିଁରେ ଜଣେ ମନୁଷ୍ୟ ମଧ୍ୟ ସେଠାରେ ରହିବ ନାହିଁ; ହଁ, ଆମ୍ଭେ ସେମାନଙ୍କୁ ଯେତେବେଳେ ପରିତ୍ୟାଗ କରିବା, ସେତେବେଳେ ସେମାନଙ୍କର ସନ୍ତାପ ହେବ!
13ଆମ୍ଭେ ସୋରକୁ ଯେପରି ଦେଖିଅଛୁ, ଇଫ୍ରୟିମ ସେପରି ମନୋହର ସ୍ଥାନରେ ରୋପିତ ହୋଇଅଛି; ମାତ୍ର ଇଫ୍ରୟିମ ଆପଣା ସନ୍ତାନଗଣକୁ ହତ୍ୟାକାରୀର ନିକଟକୁ ବାହାର କରି ଆଣିବ।
14ହେ ସଦାପ୍ରଭୁ, ସେମାନଙ୍କୁ ଦିଅ; ତୁମ୍ଭେ ସେମାନଙ୍କୁ କଅଣ ଦେବ? ସେମାନଙ୍କୁ ଗର୍ଭସ୍ରାବ ଉଦର ଓ ଶୁଷ୍କ ସ୍ତନ ଦିଅ।
15ସେମାନଙ୍କର ଦୁଷ୍ଟତାସକଳ ଗିଲ୍ଗଲ୍ରେ ଅଛି; କାରଣ ସେଠାରେ ଆମ୍ଭେ ସେମାନଙ୍କୁ ଘୃଣା କଲୁ; ଆମ୍ଭେ ସେମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ସେମାନଙ୍କୁ ଆମ୍ଭ ଗୃହରୁ ତଡ଼ିଦେବା; ଆମ୍ଭେ ସେମାନଙ୍କୁ ଆଉ ସ୍ନେହ କରିବା ନାହିଁ; ସେମାନଙ୍କର ଅଧିପତି ସମସ୍ତେ ବିଦ୍ରୋହୀ।